Masthead

ଲଖିମପୁର ଖେରୀ ଯିବେ ରାହୁଲ, ପ୍ରିୟଙ୍କା

(ବଡ଼ ଖବର ବ୍ୟୁରୋ): ସୀତାପୁରରେ ପହଞ୍ଚିଲେ ରାହୁଲ ଗାନ୍ଧି । ପ୍ରିୟଙ୍କାଙ୍କୁ ଭେଟିବା ପାଇଁ ଗଲେ ରାହୁଲ । ଉତ୍ତରପ୍ରଦେଶର ଲଖିମପୁର ଖେରୀ ଗସ୍ତରେ ଯିବା ଲାଗି କଂଗ୍ରେସ ନେତା ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧିଙ୍କୁ ଅନୁମତି ଦେଇଛି ପ୍ରଶାସନ। ଏହା ସହ ସମସ୍ତ ରାଜନୈତିକ ଦଳର ନେତାଙ୍କୁ ମଧ୍ୟ ଅନୁମତି ମିଳିଛି। ମୃତ ଚାଷୀଙ୍କ ପରିବାରକୁ ଭେଟିବା ଲାଗି କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଅନୁମତି ମିଳି ନଥିବାରୁ ପ୍ରତିବାଦ ଜଣାଇଥିଲେ ରାହୁଲ। ଏପରିକି ପ୍ରେସମିଟ୍ କରି ଅସନ୍ତୋଷ ମଧ୍ୟ ପ୍ରକାଶ କରିଥିଲେ। ସେ ଆଜି ଲକ୍ଷ୍ମୌକୁ ଏକ ଗସ୍ତରେ ଯିବେ ବୋଲି ଘୋଷଣା କରିଥିଲେ

। କିନ୍ତୁ ୟୁପି ସରକାର ତାଙ୍କୁ ଚାଷୀଙ୍କ ପରିବାରକୁ ଭେଟିବାକୁ ଅନୁମତି ଦେଇନାହାଁନ୍ତି । ଅନ୍ୟପଟେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ସୀତାପୁରରେ ଇଣ୍ଟରନେଟ ସେବା ବାତିଲ ହୋଇଛି। ପୂର୍ବରୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଗିରଫ କରିଛି ଉତ୍ତରପ୍ରଦେଶ ପୋଲିସ । ହିଂସାରେ ପ୍ରାଣ ହରାଇଥିବା ଚାଷୀ ପରିବାକୁ ଭେଟିବାକୁ ଲକ୍ଷ୍ମୀପୁର ଖେରି ଯାଉଥିବା ବେଳେ ପୋଲିସ ତାଙ୍କୁ ସୀତାରପୁର ଠାରେ ଥିବା ଗେଷ୍ଟ ହାଉସରେ ଅଟକ ରଖିଥିଲା। ପରେ ତାଙ୍କୁ ଗିରଫ କରାଯାଇଥିଲା । ସେପଟେ ଉତ୍ତର ପ୍ରଦେଶ ଲଖିମପୁରରେ ଚାଷୀ ମୃତ୍ୟୁ ଘଟଣାର ହେବ ତଦନ୍ତ । ଏ ନେଇ ଏକ ୬ ଜଣିଆ ଟିମ୍ ଗଠନ ହୋଇଛି । ଘଟଣା ଦିନ ପ୍ରକୃତରେ କଣ ଘଟିଥିଲା । କିଭଳି ପରିସ୍ଥିତିରେ ଚାଷୀଙ୍କ ଉପରେ ଚଢ଼ିଗଲା ଗାଡି ।

ଏବଂ ପୋଷ୍ଟମର୍ଟମ ରିପୋର୍ଟକୁ ନେଇ ଛାନବିନ କରିବ ଏସଆଟି । ଦୋଷୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ଆଇଜି ଲକ୍ଷ୍ମୀ ସିଂହ । ସେପଟେ ମୃତ ଚାଷୀଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଛି । ଲାଠିମାଡ଼, ବ୍ରେନ୍ ହାମରେଜ ଓ ଘୋଷାଡି ହୋଇଯିବା ଯୋଗୁ ସେମାନଙ୍କର ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି । ଘଟଣାକୁ ନେଇ ଆହ୍ଲାବାଦ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି