Masthead

ମୁଣ୍ଡଳି ହାତୀ ମୃତ୍ୟୁ ଟ୍ରାଜେଡି: ଆସିଲା ପୋଷ୍ଟମର୍ଟମ ରିପୋର୍ଟ

କଟକ(ବଡ଼ ଖବର ବ୍ୟୁରୋ): କଟକ ମୁଣ୍ଡଳିରେ ହାତୀ ମୃତ୍ୟୁ ଟ୍ରାଜେଡି । ଆସିଲା ଦନ୍ତାହାତୀର ଶବବ୍ୟବଚ୍ଛେଦ ରିପୋର୍ଟ। ରିପୋର୍ଟରେ ଦର୍ଶାଯାଇଛି, ମାନସିକ ଆଘାତ କାରଣରୁ ହାତୀର ମୃତ୍ୟୁ ହୋଇଛି ବୋଲି ରିପୋର୍ଟରେ ଦର୍ଶାଯାଇଛି। ଶବ ମିଳିବାର ୩ ଦିନ ପୂର୍ବରୁ ଅର୍ଥାତ ୭୨ ଘଂଟା ପୂର୍ବରୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ କୁହାଯାଇଛି । ସାଲେପୁର ବ୍ଲକ ପଶୁସମ୍ପଦ ଅଧିକାରୀ ବନବିଭାଗକୁ ତାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଦେଇଛନ୍ତି ।

ତେବେ ଏହି ଦନ୍ତାହାତୀର ମୃତ୍ୟୁ ନେଇ ଅନେକ ପରିବେଶବିତ୍ ପ୍ରଶ୍ନ ଉଠାଇଛନ୍ତି । ମହାନଦୀର ମୁଣ୍ଡୁଳୀ ବ୍ୟାରେଜରେ ସେପ୍ଟେମ୍ବର ୨୪ ତାରିଖରେ ଏହି ଅଘଟଣ ଘଟିଥିଲା । ଏବଂ ୨୬ ତାରିଖରେ ଦନ୍ତାର ମୃତଦେହ ଯୋବ୍ରା ଆନିକଟ ନିକଟରେ ଠାବ କରାଯାଇଥିଲା ଓ ୨୮ ତାରିଖରେ ଏହାର ବ୍ୟବଚ୍ଛେଦ ହୋଇଥିଲା । ଅନ୍ୟପଟେ ଏହି ଘଟଣାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ପରିବେଶବିତ୍‌ ତଥା ବନ୍ୟପ୍ରାଣୀ ବିଶେଷଜ୍ଞ ବିଶ୍ବଜିତ୍‌ ମହାନ୍ତି । ତାଙ୍କ କହିବା କଥା ହେଲା ହାତୀ ପାଣିରେ ଖସିଗଲା ଓ ପାଣିରେ ବୁଡ଼ି ତା’ର ମୃତ୍ୟୁ ହେଲା । ତେବେ ‘ସକ୍‌’ରେ ତା’ର ମୃତ୍ୟୁ ହେଲା କିପରି ବୋଲି ସେ ବ୍ୟବଚ୍ଛେଦ ରିପୋର୍ଟକୁ ନେଇ ପ୍ରଶ୍ନ ଉଠାଇଛନ୍ତି । ଏଭଳି ଅନେକ ପ୍ରଶ୍ନ ଏବେ ସାଧାରଣରେ ସୃଷ୍ଟି ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ