Masthead

ମୁଣ୍ଡଳି ହାତୀ ମୃତ୍ୟୁ ଟ୍ରାଜେଡି: ଆସିଲା ପୋଷ୍ଟମର୍ଟମ ରିପୋର୍ଟ

କଟକ(ବଡ଼ ଖବର ବ୍ୟୁରୋ): କଟକ ମୁଣ୍ଡଳିରେ ହାତୀ ମୃତ୍ୟୁ ଟ୍ରାଜେଡି । ଆସିଲା ଦନ୍ତାହାତୀର ଶବବ୍ୟବଚ୍ଛେଦ ରିପୋର୍ଟ। ରିପୋର୍ଟରେ ଦର୍ଶାଯାଇଛି, ମାନସିକ ଆଘାତ କାରଣରୁ ହାତୀର ମୃତ୍ୟୁ ହୋଇଛି ବୋଲି ରିପୋର୍ଟରେ ଦର୍ଶାଯାଇଛି। ଶବ ମିଳିବାର ୩ ଦିନ ପୂର୍ବରୁ ଅର୍ଥାତ ୭୨ ଘଂଟା ପୂର୍ବରୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ କୁହାଯାଇଛି । ସାଲେପୁର ବ୍ଲକ ପଶୁସମ୍ପଦ ଅଧିକାରୀ ବନବିଭାଗକୁ ତାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଦେଇଛନ୍ତି ।

ତେବେ ଏହି ଦନ୍ତାହାତୀର ମୃତ୍ୟୁ ନେଇ ଅନେକ ପରିବେଶବିତ୍ ପ୍ରଶ୍ନ ଉଠାଇଛନ୍ତି । ମହାନଦୀର ମୁଣ୍ଡୁଳୀ ବ୍ୟାରେଜରେ ସେପ୍ଟେମ୍ବର ୨୪ ତାରିଖରେ ଏହି ଅଘଟଣ ଘଟିଥିଲା । ଏବଂ ୨୬ ତାରିଖରେ ଦନ୍ତାର ମୃତଦେହ ଯୋବ୍ରା ଆନିକଟ ନିକଟରେ ଠାବ କରାଯାଇଥିଲା ଓ ୨୮ ତାରିଖରେ ଏହାର ବ୍ୟବଚ୍ଛେଦ ହୋଇଥିଲା । ଅନ୍ୟପଟେ ଏହି ଘଟଣାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ପରିବେଶବିତ୍‌ ତଥା ବନ୍ୟପ୍ରାଣୀ ବିଶେଷଜ୍ଞ ବିଶ୍ବଜିତ୍‌ ମହାନ୍ତି । ତାଙ୍କ କହିବା କଥା ହେଲା ହାତୀ ପାଣିରେ ଖସିଗଲା ଓ ପାଣିରେ ବୁଡ଼ି ତା’ର ମୃତ୍ୟୁ ହେଲା । ତେବେ ‘ସକ୍‌’ରେ ତା’ର ମୃତ୍ୟୁ ହେଲା କିପରି ବୋଲି ସେ ବ୍ୟବଚ୍ଛେଦ ରିପୋର୍ଟକୁ ନେଇ ପ୍ରଶ୍ନ ଉଠାଇଛନ୍ତି । ଏଭଳି ଅନେକ ପ୍ରଶ୍ନ ଏବେ ସାଧାରଣରେ ସୃଷ୍ଟି ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼