Masthead

ଜେଲ୍‌ ଗଲେ ଆର୍ୟ୍ୟନ୍‌

ମୁମ୍ୱାଇ(ବଡ଼ ଖବର ବ୍ୟୁରୋ): ଆର୍ୟ୍ୟନ୍‌ ଖାନଙ୍କୁ ମିଳିଲାନି ବେଲ୍ । ଶେଷରେ ଜେଲ୍‌ ଗଲେ ଆର୍ୟ୍ୟନ୍‌ । ମୁମ୍ବାଇର ଜିଲ୍ଲା କୋର୍ଟରେ ଜାମିନ୍‌ ଆବେଦନ ନେଇ ଶୁଣାଣି ପରେ ଏହି ନିଷ୍ପତ୍ତି ହୋଇଛି । ଏହାପରେ ତାଙ୍କୁ ଏନ୍‌ସିବି ହେପାଜତରୁ ବିଚାର ବିଭାଗୀୟ ହାଜତ ନେଇ ମୁମ୍ବାଇର ଆର୍ଥର ରୋଡ ଜେଲ୍‌ ପଠାଇ ଦିଆଯାଇଛି । ଆର୍ୟ୍ୟନ୍‌ଙ୍କ କୋଭିଡ଼ ଟେଷ୍ଟ ଓ ସ୍ବାସ୍ଥ୍ୟ ପରୀକ୍ଷା ପରେ ତାଙ୍କୁ ଜେଲ୍ ନିଆଯାଇଛି । ଗଲା ସପ୍ତାହେ ଧରି ଏନସିବି ହେପାଜତରେ ଥଲେ ଆର୍ୟ୍ୟନ୍‌ ।

ମୁମ୍ବାଇରୁ ଗୋଆ ଯିବାକୁ ଥିବା ଏକ କ୍ରୁଜ୍ ଜାହାଜରେ ଚାଲୁଥିବା ଡ୍ରଗ୍ ପାର୍ଟିର ସାମିଲ ଥିବାରୁ ତାଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ ଗିରଫ କରିଥିଲା । ଅକ୍ଟୋବର ୨ ଶନିବାର ଦିନ ତାଙ୍କୁ ଏନସିବି ଗିରଫ କରିଥିଲା। ତେବେ ଆର୍ୟ୍ୟନ ଖାନଙ୍କ ପାଖରୁ କୌଣସି ଡ୍ରଗ୍ସ ଜବତ କରାଯାଇ ନାହିଁ ବୋଲି କୁହାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ