Masthead

୨୦ ଯାଏଁ ଜେଲରେ ରହିବେ ରିୟା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ମାମଲାରେ ଡ୍ରଗ୍ସ ପାଇଁ ଗିରଫ ହୋଇଥିବା ରିୟା ଚକ୍ରବର୍ତ୍ତୀ,ଭାଇ ଶୋଭିକ୍ ଚକ୍ରବର୍ତ୍ତୀ ଏବଂ ଅନ୍ୟ ୧୮ ଅଭିଯୁକ୍ତ ଅକ୍ଟୋବର-୨୦ ତାରିଖ ଯାଏଁ ନ୍ୟାୟିକ ହେପାଜତରେ ରହିବେ । ପୂର୍ବ ଶୁଣାଣିରେ ସ୍ୱତନ୍ତ୍ର କୋର୍ଟ ରିୟା ଚକ୍ରବର୍ତ୍ତୀ ଓ ଅନ୍ୟମାନଙ୍କର ନ୍ୟାୟିକ ହେପାଜତକୁ ଅକ୍ଟୋବର ୬ ପର୍ୟ୍ୟନ୍ତ ବୃଦ୍ଧି କରିଥିଲେ । ଆଜି ପୁଣି ଏହାକୁ ବୃଦ୍ଧି କରାଯାଇଛି । ଏନସିବି ରିୟାଙ୍କ ସମେତ ଅନ୍ୟମାନଙ୍କର ହାଜତ ମିଆଦ ଆଉ ୧୪ଦିନ ବୃଦ୍ଧି କରିବାକୁ କୋର୍ଟରେ ଦରଖାସ୍ତ କରିଥିଲା । ରିୟା ଓ ଅନ୍ୟମାନେ ଆସନ୍ତା ଅକ୍ଟୋବର-୨୦ ପର୍ଯ୍ୟନ୍ତ ହେପାଜତ ରହିବେ । ଗିରଫ ୧୪ଜଣଙ୍କୁ ଭିଡିଓ କନଫରେନ୍ସିଂ ମାଧ୍ୟରେ ସ୍ୱତନ୍ତ୍ର କୋର୍ଟରେ ହାଜର କରାଯାଇଥିଲା ।

ଏହା ବ୍ୟତୀତ ରିୟା ଚକ୍ରବର୍ତ୍ତୀ ଜାମିନ ପାଇଁ ବମ୍ବେ ହାଇକୋର୍ଟରେ କରିଥିବା ଆବେଦନରେ ଆଜି ମଧ୍ୟ ଶୁଣାଣି ହେବ । ରିୟା,ଶୋଭିକ ଏବଂ ଅନ୍ୟ ୧୮ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଦୃଢ ବିରୋଧ କିରିଛି । ଅଭିଯୁକ୍ତମାନଙ୍କୁ ଜାମିନ୍ ମିଳିଲେ ତଦନ୍ତ ପ୍ରଭାବିତ ହେବ ବୋଲି ଏନସିବିର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ।

ସେପ୍ଟେମ୍ବର ୮ ରେ ଏନସିବି ରିୟାଙ୍କୁ ବହୁଥର ପଚରାଉଚରା ପରେ ଗିରଫ କରିଥିଲା । ଯଦି ଏହି ମାମଲାରେ ରିୟା ଚକ୍ରବର୍ତ୍ତୀ ଦୋଷୀ ସାବ୍ୟସ୍ତ ହୁଅନ୍ତି,ତାଙ୍କୁ ଦଶବର୍ଷ ପର୍ୟ୍ୟନ୍ତ ଦଣ୍ଡିତ କରାଯାଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ