ଅନଶନରେ ସିଦ୍ଧୁ

ପଞ୍ଜାବ(ବଡ଼ ଖବର ବ୍ୟୁରୋ): ଅନଶନରେ ବସିଛନ୍ତି ନବଜୋତ ସିଂହ ସିଦ୍ଧୁ । ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସାକାଣ୍ଡ ଦିନକୁ ଦିନ ତେଜିବାରେ ଲାଗିଛି । ଏହା ମଧ୍ୟରେ ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂହ ସିଦ୍ଧୁ ତଦନ୍ତରେ ଆଶିଷ ସାମିଲ ନ ହେବା ଯାଏ ଭୋକ ଉପାସରେ ଧାରଣା ଦେବା ଆରମ୍ଭ କରିଛନ୍ତି। ଆଜି ସିଦ୍ଧୁ ଲଖିମପୁର ଖେରି ହିଂସାରେ ପ୍ରାଣ ହରାଇଥିବା ସାମ୍ବାଦିକ ରମଣ କଶ୍ୟପଙ୍କ ଘରେ ପହଞ୍ଚିଥିଲେ।

ଏହାପରେ ସେଠାରେ ତାଙ୍କ ପରିବାର ଲୋକଙ୍କୁ ଭେଟି ଅନଶନ ଆରମ୍ଭ କରିଛନ୍ତି। ଏହାପୂର୍ବରୁ ସେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ତଦନ୍ତରେ ସାମିଲ ନ ହେବା ଯାଏ ଓ ପୁଲିସ୍‌ ତାଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ ନ କରିବା ଯାଏ ଅଖିଆ ଅପିଆ ଅନଶନ କରିବେ ବୋଲି ଘୋଷଣା କରିଥିଲେ। ତଦ୍‌ନୁଯାୟୀ ଏବେ ସିଦ୍ଧୁ ଅନଶନ ଆରମ୍ଭ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ