Masthead

ଆସୁଛି ଲଘୁଚାପ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଲଘୁଚାପ ବର୍ଷା । ୧୨ ଘଣ୍ଟାରେ ଘନୀଭୂତ ହୋଇ ଲୋ-ପ୍ରେସରର ରୂପ ନେବ । ଲଘୁଚାପ ପ୍ରଭାବରେ ୧୨ ତାରିଖରୁ ଅଧିକାଂଶ ଜିଲ୍ଲାରେ ବର୍ଷା । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ଶନିବାର ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗବିତ୍‌ ଏଭଳି ପୂର୍ବାନୁମାନ କରିଛନ୍ତି । ଫଳରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟ ଜିଲ୍ଲାଗୁଡିକରେ କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ଜାରି ରହିଛି । ଶୁକ୍ରବାର ସୁଦ୍ଧା ଗୁଜରାଟ ଓ ରାଜସ୍ଥାନର ଅଧିକାଂଶ ଅଞ୍ଚଳ, ସମ୍ପୂର୍ଣ୍ଣ ପଞ୍ଜାବ, ହରିୟାଣା, ଛତିଶଗଡ଼, ଦିଲ୍ଲୀ, ଜାମ୍ମୁ ଓ କାଶ୍ମୀର, ଲଦାଖ, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶର କିଛି ଅଞ୍ଚଳରୁ ପ୍ରତ୍ୟାବର୍ତ୍ତନ କରିଛି ।

ଆସନ୍ତା ଦୁଇ ଦିନ ମଧ୍ୟରେ ଗୁଜରାଟ, ମଧ୍ୟପ୍ରଦେଶ ଓ ଉତ୍ତରପ୍ରଦେଶରୁ ଏହା ପ୍ରତ୍ୟାବର୍ତ୍ତନ କରିବା ନେଇ ପାଗ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦେଶକ ଏଚ୍‌.ଆର ବିଶ୍ବାସ କହିଛନ୍ତି । ସେ କହିଛନ୍ତି ଯେ ୧୦ ତାରିଖରେ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଏବେ ବି ଜାରି ରହିଛି। ଯାହାକି ପରବର୍ତ୍ତୀ ସମୟରେ ଚିହ୍ନିତ ଲଘୁଚାପରେ ପରିଣତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ