Masthead

ଜେଲ ନୁହେଁ ମେଡିକାଲରେ କଟିଲା ବିଧାୟକଙ୍କ ରାତି

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ଜେଲ ନୁହେଁ ମେଡିକାଲରେ କଟିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ରାତି । ଗତକାଲି ଜାମିନ ଆବେଦନ ଖାରଜ ହେବା ପରେ ଜଗଦେବଙ୍କୁ ଖୋର୍ଦ୍ଧା ସବଜେଲକୁ ପଠାଯାଇଥିଲା। ଏହାପରେ ତାଙ୍କର ହୃଦରୋଗ ସମସ୍ୟା ଦେଖାଦେବାରୁ ଏଡିଜେ-୧ କୋର୍ଟଙ୍କ ଅନୁମତି କ୍ରମେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ସେଠାରେ ସେ ଗତ ରାତିରେ ଥିବା ବେଳେ ତାଙ୍କ ଚିକିତ୍ସା ଚାଲୁଥିବା ଜଣାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଗତକାଲି ଏଡିଜେ କୋର୍ଟରେ ହାଜର ହେବା ସହ ଜାମିନ ଆବେଦନ କରିଥିଲେ ବିଧାୟକ ପ୍ରଶାନ୍ତ ଜଗଦେବ ।

ତେବେ କୋର୍ଟ ତାଙ୍କ ଜାମିନ ନାମଂଜୁର କରିଦେଇଥିଲେ । ଏହାପରେ ବିଧାୟକଙ୍କୁ ହେପାଜତକୁ ନେଇଥିଲା ପୋଲିସ । ପରେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ଜେଲ୍ ପଠାଇ ଦିଆଯାଇଥିଲା । ହେଲେ ଏହାପରେ ସେ ନିଜ ଅସୁସ୍ଥତା ସମ୍ପର୍କରେ ଜଣାଇବାରୁ ତାଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ଗତ ସେପ୍ଟେମ୍ବର ୮ ତାରିଖରେ ବାଲୁଗାଁ ଏନଏସି ଅଫିସ ସାମ୍ନାରେ ବାଲୁଗାଁ ବିଜେପି ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ କରିଥିବା ନେଇ ବିଧାୟକଙ୍କ ବିରୋଧରେ ଅଭିଯୋଗ ହୋଇଥିଲା ।

ଭତ୍ତା ବଣ୍ଟନ ବିଳମ୍ବ ହେବାରୁ ଏନ୍ଏସି ନିର୍ବାହୀ ଅଧିକାରୀଙ୍କୁ ପଚାରିବାକୁ ଯାଇଥିଲେ ବାଲୁଗାଁ ବିଜେପି ମଣ୍ଡଳ ସଭାପତି ନିରଂଜନ ସେଠୀ । ଏହି ସମୟରେ ବିଧାୟକ ପ୍ରଶାନ୍ତ ଜଗଦେବ ପହଞ୍ଚି ରାସ୍ତା ଉପରେ ହିଁ ନିରଞ୍ଜନଙ୍କୁ ଆକ୍ରମଣ କରିଥିଲେ । ନିରଞ୍ଜନଙ୍କୁ ବିଧାୟକ ଧକ୍କା ମାରିଥିବାର ଭିଡିଓ ଭାଇରାଲ ହେବା ପରେ ତାଙ୍କ ବିରୋଧରେ ମାମଲା ରୁଜୁ କରିଥିଲା ପୁଲିସ୍‌।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି