Masthead

ବିଦ୍ୟାଭାରତୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଗଜପତି (ବଡ଼ ଖବ ବ୍ୟୁରୋ): ସୌମ୍ୟ ମୃତ୍ୟୁ ମାମଲାରେ ଡିଏଫଓ ଓ ରୋଷେୟାଙ୍କୁ କ୍ଲିନ୍‌ଚିଟ୍ । ବିଦ୍ୟାଭାରତୀଙ୍କ ନାଁରେ ଦୁଇଟି ଦଫା ଲାଗିଛି । ଏଥିସହ ବିଦ୍ୟାଭାରତୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଏକ ଦୁର୍ଘଟଣା ବୋଲି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା କହିଛନ୍ତି । ସେଦିନ ସୌମ୍ୟଙ୍କ ଦେହରେ ନିଆଁ ଲାଗିବା ଆକସ୍ମିକ ଦୁର୍ଘଟଣା ଥିଲା । ତେବେ ବିଦ୍ୟାଭାରତୀ ନିଆଁ ଲିଭାଇବା ପାଇଁ ଯଥେଷ୍ଟ ଚେଷ୍ଟା କରିନଥିଲେ ।

ଏଭଳିକି ସହାୟତା ପାଇଁ ଲୋକଙ୍କୁ ବି ଡାକିନଥିଲେ । ସ୍ୱାମୀ ନିଆଁରେ ପୋଡ଼ି ହେଉଥିବା ବେଳେ କୌଣସି ତତ୍ପରତା ଦେଖାଇନଥିଲେ ପତ୍ନୀ ବିଦ୍ୟାଭାରତୀ । ଠିକ୍ ସମୟରେ ବଞ୍ଚାଇବା ପାଇଁ ଚେଷ୍ଟା କରିଥିଲେ ଅଘଟଣକୁ ଏଡାଇ ଦିଆଯାଇ ପାରିଥାନ୍ତା । ଅବହେଳା ପାଇଁ ସୌମ୍ୟଙ୍କ ଜୀବନ ଯାଇଛି । ବିଦ୍ୟା ଓ ସୌମ୍ୟଙ୍କ ବୈବାହିକ ସମ୍ପର୍କ ଭଲ ନଥିଲା । ନିଆଁ ଲିଭାଇବାରେ ବିଦ୍ୟାଭାରତୀଙ୍କ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ହୋଇପାରେ । ବିଦ୍ୟାଙ୍କ ବିରୋଧରେ ୨୮୫ ଓ ୩୦୪  ଧାରାରେ ମାମଲା ରୁଜୁ ହୋଇଛି ।

ଦୋଷୀ ସାବ୍ୟସ୍ତ ହେଲେ ୭ବର୍ଷ ଜେଲ ଦଣ୍ଡ ହୋଇପାରେ । ଗତକାଲି ପାରଳାଖେମୁଣ୍ଡି କୋର୍ଟରେ ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ଘଟଣାରେ ୮୦ ଜଣଙ୍କୁ ଜେରା ହୋଇଥିବା ବେଳେ, ସମସ୍ତଙ୍କ କଲ୍ ରେକର୍ଡ, ପୋଷ୍ଟମର୍ଟମ ରିପୋର୍ଟ, ଏସଏଫଏଲ ରିପୋର୍ଟ, ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟର ସମସ୍ତ ଦସ୍ତାବିଜ କୋର୍ଟରେ ଦାଖଲ କରିଛନ୍ତି ତଦନ୍ତକାରୀ ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ