ବାୟୁସେନାର ୮୯ବର୍ଷ, ୧୯୭୧ ଯୁଦ୍ଧ ବିଜୟକୁ ୫୦ବର୍ଷ

ଗାଜିଆବାଦ(ବଡ଼ ଖବର ବ୍ୟୁରୋ): ଆଜି ଭାରତୀୟ ବାୟୁସେନାକୁ ପୂରିଛି ୮୯ବର୍ଷ । ପ୍ରତିଷ୍ଠା ଦିବସ ପାଳୁଛି ବାୟୁସେନା । ୧୯୭୧ରେ ଭାରତ-ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧକୁ ଆଜି ୫୦ବର୍ଷ ମଧ୍ୟ ପୂରିଛି । ଏହି ଅବସରରେ ଆଜି ଦମ୍ ଦେଖାଇଛି ଭାରତୀୟ ବାୟୁସେନା । ୧୯୭୧ ଯୁଦ୍ଧର ବିଜୟ ଗାଥା ପ୍ରଦର୍ଶିତ କରାଯାଇଛି । ରାଫେଲ ଓ ସୁଖୋଇ ଏସ୍ୟୁ-୩୦ ଭଳି ଯୁଦ୍ଧ ବିମାନ ଆକାଶରେ ନିଜ ଶକ୍ତି ପ୍ରଦର୍ଶନ କରିଛନ୍ତି । ବାୟୁସେନାର ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସିଡିଏସ୍ ବିପିନ୍ ରାୱତ, ନୌସେନା ମୁଖ୍ୟ କମରବୀର ସିଂହ, ସ୍ଥଳସେନା ମୁଖ୍ୟ ଏମ ଏମ ନରୱଣେ ପ୍ରମୁଖ ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲା ଆକାଶ ମାର୍ଗରେ ଲଢୁଆ ବିମାନର ପରେଡ୍ । ବାୟୁସେନାର ଲଢୁଆ ବିମାନ ଆକାଶରେ ନିଜଜବରସ୍ତ ଶକ୍ତି ପ୍ରଦର୍ଶନ କରିଛନ୍ତି । ଗୋଟିଏ ପରେ ଗୋଟିଏ ଯୁଦ୍ଧ ବିମାନ ଗାଜିଆବାଦର ହଣ୍ଡିନ ଏୟାରବେସରେ ସେମାନଙ୍କ ଶକ୍ତି ପ୍ରଦର୍ଶନ କରିଛନ୍ତି ।

ସେହିପରି ସବୁଠାରୁ ଶକ୍ତିଶାଳୀ ଯୁଦ୍ଧ ବିମାନ ରାଫେଲ ଓ ସୁଖୋଇ ଏସ୍ୟୁ-୩୦କୁ ମଧ୍ୟ ଦେଖାଇଛନ୍ତି ଜବରଦସ୍ତ ସୋ । ୮ ଅକ୍ଟୋବର ୧୯୩୨ରେ ଭାରତୀୟ ବାୟୁସେନା ପ୍ରତିଷ୍ଠା ହୋଇଥିଲା । ସେବେଠାରୁ ପ୍ରତିବର୍ଷ ଅକ୍ଟୋବର ୮ ତାରିଖକୁ ବାୟୁସେନା ଦିବସ ଭାବେ ପାଳନ କରାଯାଉଛି । ତେବେ ଦେଶ ସ୍ୱାଧୀନ ହେବା ପୂର୍ବରୁ ବାୟୁସେନାକୁ ରୟାଲ ଇଣ୍ଡିଆନ୍ ଏୟାରଫୋର୍ସ ବୋଲି କୁହାଯାଉଥିଲା । ଦେଶ ସ୍ୱାଧୀନ ହେବା ପରେ ରୟାଲ ଶବ୍ଦକୁ ହଟାଯା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ