Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୧୨ ଘଣ୍ଟାରେ ଘନୀଭୂତ ହୋଇ ଓ୍ୱେଲମାର୍କ ଲୋ-ପ୍ରେସରର ରୂପ ନେବ ଲଘୁଚାପ । ଏହା ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ପରେ ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଉପକୂଳ ଏବଂ ଆନ୍ଧ୍ରପ୍ରଦେଶର କାକିନାଡାରେ ସ୍ଥଳଭାଗ ଛୁଇଁବାର ଅଧିକ ସମ୍ଭାବନା ରହିଛି । ଯଦି ସେହି ସମୟରେ ପାଣିପାଗ ସ୍ଥିତି ଅନୁକୂଳ ରୁହେ ତେବେ ଲଘୁଚାପ ବାତ୍ୟା ଜଓ୍ୱାଦରେ ପରିଣତ ହେବ ।

ଏହାର ପ୍ରଭାବରେ ୧୨ ତାରିଖ ବେଳକୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଆରମ୍ଭ ହେବ । ବିଶେଷ କରି ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁରରେ ବର୍ଷା ହେବ । ବର୍ଷା ସମୟରେ ପବନର ବେଗ ଘଣ୍ଟାପ୍ରତି ଶହେରୁ ଶହେ କୋଡିଏ କିଲୋମିଟର ହେବାର ସମ୍ଭାବନା ରହିଛି । ତେବେ ବାତ୍ୟା ସମ୍ପର୍କରେ ଆସନ୍ତା ୧୩ କିମ୍ବା ୧୪ ତାରିଖରେ ଚିତ୍ର ସ୍ପଷ୍ଟ ହେବ । ସେପଟେ ରାଜ୍ୟରେ ଜାରି ରହିଛି ଘଡଘଡି ବିଜୁଳି ଜନିତ ବର୍ଷା । ଆସନ୍ତା ୨୪ ଘଣ୍ଟା ପର୍ୟ୍ୟନ୍ତ ଘଡଘଡି ବିଜୁଳି ସହ ବର୍ଷା ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି