Masthead

କରୋନା ମାତା ମନ୍ଦିର ଭଙ୍ଗାଯିବା ଘଟଣାରେ ଆବେଦନକାରୀଙ୍କୁ ୫ ହଜାର ଫାଇନ୍

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିବାଦୀୟ କରୋନା ମାତା ମନ୍ଦିରକୁ ଭଙ୍ଗାଯିବା ଘଟଣାକୁ ବିରୋଧ କରି ସୁପ୍ରିମକୋର୍ଟରେ ଆଗତ କରାଯାଇଥିବା ଏକ ଜନସ୍ୱାର୍ଥ ମାମଲାକୁ ସୁପ୍ରିମ୍‌କୋର୍ଟ ଖାରଜ କରି ଦେଇଛନ୍ତି। ଉତ୍ତରପ୍ରଦେଶର ପ୍ରତାପଗଡ଼ ଜିଲ୍ଲାର ଜୁହି ଶୁକୁଲପୁର ଗ୍ରାମରେଏକ ଦମ୍ପତିଙ୍କ ଦ୍ୱାରା ନିର୍ମିିତ ଏହି ମନ୍ଦିର ଭଙ୍ଗାଯିବା ଘଟଣାକୁ ବିରୋଧ କରି ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଆଗତ କରାଯାଇଥିଲା। ସୁପ୍ରିମ୍‌କୋର୍ଟର ବିଚାରପତି ଜଷ୍ଟିସ୍‌ ଏସ୍‌ କେ କୌଲ୍‌ ଏବଂ ଜଷ୍ଟିସ୍‌ ଏମ୍‌ଏମ୍‌ ସୁନ୍ଦରେଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଆବେଦନକୁ ଖାରଜ କରିଦେଇଛନ୍ତି। ଏହା ସହ ଆବେଦନକାରୀଙ୍କୁ ୫୦୦୦ ଟଙ୍କାର ଜରିମାନାରେ ଦଣ୍ଡିତ କରାଯାଇଛି।

ଜୁନ୍‌ ୭ ତାରିଖରେ ପ୍ରତିଷ୍ଠା କରାଯାଇଥିବା ଏହି ମନ୍ଦିରକୁ କେନ୍ଦ୍ର କରି ବିବାଦ ସୃଷ୍ଟି ହେବା ପରେ ଜୁନ୍‌ ୧୧ ତାରିଖ ରାତିରେ ମନ୍ଦିରକୁ ଭାଙ୍ଗି ଦିଆଯାଇଥିଲା। ପରବର୍ତ୍ତୀ ସମୟରେ ଏହି ଘଟଣାକୁ କେନ୍ଦ୍ରକରି ସୁପ୍ରିମ୍‌କୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଆଗତ କରା ଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା