ରାସ୍ତାରେ ଜଳିଗଲା କାର୍

ମୟୂରଭଞ୍ଜ(ବଡ଼ ଖବର ବ୍ୟୁରୋ): ରାସ୍ତା ମଝିରେ ହୁତୁ ହୁତୁ ହୋଇ ଜଳିଗଲା କାର୍। ଉପରେ ଥିଲା ବିଦ୍ୟୁତ ତାର। ଲୋକଙ୍କ ଉପସ୍ଥିତି ବୁଦ୍ଧି ଲାଗି ବଡ଼ ଧରଣର ଅଘଟଣରୁ ବର୍ତ୍ତିଗଲେ ସ୍ଥାନୀୟ ଲୋକେ। ବାରିପଦା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି କାରରେ ଲାଗିଥିବା ନିଆଁକୁ ଆୟତ୍ତ କରିଛି। ଏଭଳି ଅଘଟଣ ଦେଖିବାକୁ ମିଳିଥିଲା ମୟୂରଭଞ୍ଜ ଜିଲ୍ଲା ବାରିପଦା ସହର ଜଗନ୍ନାଥ ମନ୍ଦିର ନିକଟରେ ।

ସୁଚନା ଅନୁଯାୟୀ, ବାରିପଦା ସହର ଜଗନ୍ନାଥ ମନ୍ଦିର ଠାରୁ ମଧୁବନ ଗ୍ୟାରେଜ ଛକ ଯିବା ରାସ୍ତାରେ ଗୋଟେ ପରିତ୍ୟକ୍ତ ଅବସ୍ଥାରେ କାରରେ ଆଜି ସକାଳ ଭୋର୍ ପାଖା ପାଖି ୫.୩୦ ସମୟରେ ନିଆଁ ଲାଗିଥିଲା। ଜଣେ ଯୁବକ ସେହି ବାଟଦେଇ ମର୍ଣିଂୱାକ୍ କରିବାକୁ ଯିବା ସମୟରେ ଏହି ଦୃଶ୍ୟ ଦେଖି ସଙ୍ଗେ ସଙ୍ଗେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।

ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀମାନେ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହି କାରଟି କାହାର ଜଣାପଡ଼ିନଥିବା ବେଳେ, କେଉଁ ପରିସ୍ଥିତରେ ନିଆଁ ଲାଗିଲା ତାହା ଜଣାପଡିନାହିଁ । ତେବେ କାହାର କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ। ସେପଟେ ଗାଡ଼ି ଉପରେ ଦେଇ ଯାଇଥିବା ବିଦ୍ୟୁତ ତାରରେ ନିଆଁ ଲାଗିଥିଲେ ଏକ ବଡ ଧରଣର ବିପଦ ହୋଇଥାନ୍ତା ଯାହାକୁ ଏଡାଇ ଦେଇଛନ୍ତି ଅଗ୍ନିଶମ ବାହିନୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ