Masthead

ଆଜି ଆଇପିଏଲର ପ୍ରଥମ କ୍ୱାଲିଫାୟାର

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜି ଚଳିତ ଆଇପିଏଲର ପ୍ରଥମ କ୍ୱାଲିଫାୟାର ମୁକାବିଲା ହେବ । ଦିଲ୍ଲୀ ଓ ଚେନ୍ନାଇ ମଧ୍ୟରେ ହେବ ଟକ୍କର । ସର୍ବାଧିକ ୨୦ ପଏଣ୍ଟ ହାସଲ କରି ଲିଗର ଶ୍ରେଷ୍ଠ ଦଳ ଭାବେ ଦିଲ୍ଲୀ ପ୍ଲେ-ଅଫକୁ ଯାଇଛି । ଆରସିବି ସହ ସମାନ ୧୮ ପଏଣ୍ଟ ପାଇଥିଲେ ମଧ୍ୟ ରନ୍ ରେଟ୍ ଆଧାରରେ ଚେନ୍ନାଇ ଦ୍ୱିତୀୟ ସ୍ଥାନରେ ରହି ପ୍ରଥମ କ୍ୱାଲିଫାୟର ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛି । ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱ ଓ ବଳିଷ୍ଠ ରଣନୀତିକୁ ନିଷ୍ଫଳ କରିବାକୁ ହେଲେ ଦିଲ୍ଲୀର ଯୁବ ଅଧିନାୟକ ଋଷଭ ପନ୍ତଙ୍କୁ ଶ୍ରେଷ୍ଠ ପ୍ରଦର୍ଶନ ଦେବାକୁ ପଡ଼ିବ ।

ଚେନ୍ନାଇ ପୂର୍ବରୁ ୮ ଥର ଫାଇନାଲ ଖେଳି ୩ ଥର ଚାମ୍ପିଆନ୍ ହୋଇଛି । ଅନ୍ୟପଟେ ମାତ୍ର ଥରେ ଫାଇନାଲ ଖେଳିଥିବା ଦିଲ୍ଲୀ ନିଜ ପ୍ରଥମ ଟ୍ରଫି ବିଜୟ ଲକ୍ଷ୍ୟରେ ରହିଛି । ଗତବର୍ଷ ପ୍ରଥମ ଥର ପାଇଁ ଫାଇନାଲକୁ ଯାଇଥିବା ଦିଲ୍ଲୀ ମୁମ୍ବାଇଠାରୁ ପରାସ୍ତ ହୋଇଥିଲା । ଦିଲ୍ଲୀର ଆତ୍ମବିଶ୍ବାସ ଏବେ ଆକାଶଛୁଆଁ ରହିଛି। ସେହିଦୃଷ୍ଟିରୁ ରବିବାର ମ୍ୟାଚ୍ ବେଶ୍ ସଂଘର୍ଷପୂର୍ଣ୍ଣ ଓ ରୋମାଞ୍ଚଭରା ହେବ ବୋଲି ଆଶା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ