Masthead

୩ ପ୍ରଥମ ଶ୍ରେଣୀ ଅଧିକାରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ବିପୁଳ ଟଙ୍କା ସହ ଧରାପଡିଛନ୍ତି ୩ ଜଣ ପ୍ରଥମ ଶ୍ରେଣୀ ଅଧିକାରୀ । ପରେ ୩ ଜଣ ଅଧିକାରୀଙ୍କୁ ଗିରଫ କରିଛି ଭିଜିଲାନ୍ସ । ଶନିବାର ଏହି ୩ ଅଧିକାରୀ ଟଙ୍କା ବିଡା ଧରି ନିଜ ନିଜ ଘରକୁ ଫେରୁଥିବା ବେଳେ ଭିଡିଲାନ୍ସ ହାତରେ ଧରା ପଡିଥିଲେ । ସେମାନଙ୍କ ଠାରୁ ମୋଟ ୨୨ ଲକ୍ଷ ୬୧ ହଜାର ୪୩୦ ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ଗିରଫ ହୋଇଥିବା ଏହି ୩ ଅଧିକାରୀ ହେଲେ, କେନ୍ଦୁଝର ଶାଳପଡା ବୈତରଣୀ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ ବିଧାନ ଚନ୍ଦ୍ର ସାହୁ, ରାଉରକେଲା ପାନପୋଷସ୍ଥିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ ଅଧିକାରୀ ନରତ୍ତୋମ ବେହେରା ।

ସୂଚନା ଅନୁଯାୟୀ, ଅଧୀକ୍ଷଣ ଯନ୍ତ୍ରୀ ବିଧାନ ସାହୁଙ୍କ ଠାରୁ ୧୦ ଲକ୍ଷ ୭୧ ହଜାରରୁ ଅଧିକ ଟଙ୍କା ଜବତ କରାଯାଇଥିବା ବେଳେ ପ୍ରକାଶ ମହାପାତ୍ରଙ୍କ ଠାରୁ ୧.୭୫ ଲକ୍ଷ ଟଙ୍କା ଓ ନରୋତ୍ତମ ବେହେରାଙ୍କ ଠାରୁ ୧୦ ଲକ୍ଷ ୧୪ ହଜାରରୁ ଅଧିକ ଟଙ୍କା ଜବତ କରାଯାଇଛି ।

ସୂଚନା ଅନୁଯାୟୀ ଗତକାଲି ଯନ୍ତ୍ରୀ ବିଧାନ ଚନ୍ଦ୍ର ସାହୁ କେନ୍ଦୁଝର କଟକ ସ୍ଥିତ ନିଜ ଘର ଆଭିମୁଖେ ଅଫିସ ବୋଲରରେ ଯାଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଅଟକାଇଥିଲା । ଗାଡି ଯାଞ୍ଚ ବେଳେ ତାଙ୍କ ପାଖରୁ ୧୦ ଲକ୍ଷ ୭ ହଜାର ଟଙ୍କା ଜବତ କରିଥିଲା । ପରେ କଟକ ସ୍ଥିତ ତାଙ୍କ ଘରୁ ଏକ ଲକ୍ଷରୁ ଅଧିକ ଟଙ୍କା ଜବତ କରାଯାଇଛି।

ସେହିପରି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ ଅଧିକାରୀ ପ୍ରକାଶ କୁମାର ମହାପାତ୍ର ରାଉରକେଲାରୁ ଟଙ୍କା ଧରି ଭୁବନେଶ୍ୱର ଆସୁଥିବା ବେଳେ ସୁନ୍ଦରପଦା ନିକଟରେ ଭିଜିଲାନ୍ସ ଧରିଥିଲା । ତାଙ୍କ ଠାରୁ ୧ ଲକ୍ଷ ୮୫ ହଜାରରୁ ଅଧିକ ଟଙ୍କା ଜବତ ହୋଇଥିଲା ।ପରେ  ତାଙ୍କ ଘରୁ ଏକ ଲକ୍ଷରୁ ଅଧିକ ଟଙ୍କା ଜବତ କରାଯାଇଛି।

ରାଜ୍ୟ ପ୍ରଦୂଷଣ ବୋର୍ଡର ଆଞ୍ଚଳକ ଅଧିକାରୀ ନରୋତ୍ତମ ବେହେରା ଭୁବନେଶ୍ୱର ଆସୁଥିବା ବେଳେ କଟକ ଟାଙ୍ଗୀ ଟେକ ଗେଟ ନିକଟରେ ତାଙ୍କୁ ଭିଜିଲାନ୍ସ ଧରିଥିଲା । ତାଙ୍କ ଗାଡି ଯାଞ୍ଜ ବେଳେ ତାଙ୍କ ଠାରୁ ୮୯ ହଜାର ଟଙ୍କା ଜବତ ହୋଇଥିଲା । ଏହା ପରେ ତାଙ୍କର ବାଲେଶ୍ବର ଓ ଭୁବନେଶ୍ବର ସ୍ଥିତ ଘରେ ଚଢାଉ କରିଥିଲେ। ପରେ ତାଙ୍କ ଠାରୁ ୯ ଲକ୍ଷ ପଚିଶ ହଜାର ଟଙ୍କା ଜବତ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ