Masthead

ଆଜି ଆଇପିଏଲରେ ସାମ୍ନାସାମ୍ନି ହେବେ ରୋହିତ-ସ୍ମିଥ୍

ଆବୁଧାବି, (ବଡ଼ ଖବର ବ୍ୟୁରୋ) : ଆଜି ଆଇପିଏଲର ୨୦ତମ ମ୍ୟାଚରେ ମୁହାଁମୁହିଁ ହେବେ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ଓ ଷ୍ଟିଭ୍ ସ୍ମିଥଙ୍କ ରାଜସ୍ଥାନ ରୟାଲ୍ସ । ରୋହିତଙ୍କୁ ଟକ୍କର ଦେବେ ସ୍ମିଥ୍ । ଏହି ମ୍ୟାଚ ଆବୁଧାବିରେ ଖେଳାଯିବ । ରାଜସ୍ଥାନ ରୟାଲ୍ସ ଲଗାତର ଦୁଇ ପରାଜୟ ପରେ ଏହି ମ୍ୟାଚରେ ପୁଣି ଥରେ ବିଜୟ ଧାରାକୁ ଫେରିବାକୁ ଉଦ୍ୟମ କରିବ । ପୂର୍ବ ମ୍ୟାଚରେ ପରାଜୟ ପରେ ରାଜସ୍ଥାନ ଅଧିନାୟକ ସ୍ମିଥ୍ ଦଳରେ ପରିବର୍ତ୍ତନ କରିବା ପାଇଁ ସୂଚନା ଦେଇଛନ୍ତି । ଯୁବ ବ୍ୟାଟ୍ସମ୍ୟାନ ଯଶସ୍ୱୀ ଜସୱାଲ ଏବଂ କାର୍ତ୍ତିକ ତ୍ୟାଗୀ ଆଜି ଦଳରେ ସାମିଲ ହୋଇପାରନ୍ତି । ସେହିପରି ମୁମ୍ବାଇ ଇଣ୍ଡିଆନ୍ସ ତା’ର ଶେଷ ଦୁଇ ମ୍ୟାଚ ଜିତି ବିଜୟ ଧାରା ବଜାୟ ରଖିଛି । ଆଜିର ମ୍ୟାଚ ଜିତି ମୁମ୍ବାଇ ପଏଣ୍ଟ ଟେବୁଲର ଶୀର୍ଷରେ ରହିବାକୁ ଚେଷ୍ଟା କରିବ । ମୁମ୍ବାଇର ସମସ୍ତ ଖେଳାଳି ଭଲ ଫର୍ମରେ ଥିବାରୁ ଦଳରେ କୌଣସି ପରିବର୍ତ୍ତନ କରିନପାରନ୍ତି ରୋହିତ ଶର୍ମା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ