Masthead

ପୁଣି ବଢ଼ିଲା ତୈଳ ଦର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ଲଗାମ ଛଡ଼ା ହେଉଛି ତୈଳ ଦର । ପେଟ୍ରୋଲ-ଡିଜେଲ ଦାମ ଖସିବାର ନାଁ ଧରୁନି । ଆଜି କ୍ରମାଗତ ଭାବେ ଷଷ୍ଠ ଦିନ ପାଇଁ ବଢ଼ିଛି ତୈଳ ଦର । ଦିଲ୍ଲୀରେ ପେଟ୍ରୋଲ ଲିଟର ପ୍ରତି ୩୦ ପଇସା ଏବଂ ଡେଜେଲ ଲିଟର ପ୍ରତି ୩୫ ପଇସା ମହଙ୍ଗା ହୋଇଛି। ଫଳରେ ସେଠାରେ ପେଟ୍ରୋଲ ଲିଟର ପିଛା ୧୦୩.୮୪ ଟଙ୍କାରୁ ବଢ଼ି ୧୦୪.୧୪ଟଙ୍କାରେ ପହଞ୍ଚିଛି। ସେହିପରି ଡିଜେଲ ମଧ୍ୟ ଲିଟର ପିଛା ୯୨.୮୨ଟଙ୍କାକୁ ବୃଦ୍ଧି ପାଇଛି। ବର୍ଦ୍ଧିତ ଦର ଲାଗୁ ହେବା ପରେ ଚାରୋଟି ପ୍ରମୁଖ ସହର ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ସବୁଠୁ ମହଙ୍ଗା ହୋଇଛି ତୈଳଦର।

ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ଦର ୧୧୦ ଟଙ୍କା ଟପିଛି। ଏଠାରେ ପେଟ୍ରୋଲ ଲିଟର ପିଛା ୧୦୯.୮୩ ଟଙ୍କାରୁ ୧୧୦.୧୨ଟଙ୍କାରେ ପହଞ୍ଚିଛି। ସେହିପରି ଡିଜେଲ ମଧ୍ୟ ୧୦୦.୬୬ ଟଙ୍କା ପ୍ରତି ଲିଟର ହୋଇଛି। ସେହିପରି କୋଲକାତାରେ ପେଟ୍ରୋଲ ଲିଟର ପିଛା ୧୦୪ ଟଙ୍କା ୮୦ ପଇସା ଥିବା ବେଳେ ଡିଜେଲ ଲିଟର ପିଛା ୯୫ ଟଙ୍କା ୯୩ ଟଙ୍କାକୁ ବଢ଼ିଛି।

ଅନ୍ୟପଟେ ଚେନ୍ନାଇରେ ପେଟ୍ରୋଲ ଲିଟର ୧୦୧ ଟଙ୍କା ୫୩ ପଇସାକୁ ବୃଦ୍ଧି ପାଇଛି। ଡିଜେଲ ୯୭ଟଙ୍କା ୨୬ ପଇସା ପ୍ରତି ଲିଟର ରହିଛି। ଆନ୍ତର୍ଜାତୀୟ ସ୍ତରରେ ଅଶୋଧିତ ତୈଳ ମୂଲ୍ୟ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏହାର ପ୍ରଭାବ ଭାରତୀୟ ବଜାର ଉପରେ ପଡୁଛି। କେବଳ ଭାରତରେ ନୁହେଁ ବିଶ୍ୱ ବଜାରରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି