ଆଜିଠୁ ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠାରୁ ନାଇଟ୍‌ କର୍ଫ୍ୟୁ । ପୂଜାକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବରେ ଶେଷ କରିବାପାଇଁ ରାତି ୮ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ଏହି କଟକଣା ରହିବ। ପୂଜାରେ ସହରକୁ ଜଗିବା ପାଇଁ ୧୦୦ଜଣ ଅଧିକାରୀଙ୍କ ନେତୃତ୍ବରେ ୩୨ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ମଦୁଆଙ୍କୁ ଧରିବାକୁ ସ୍ବତନ୍ତ୍ର ସ୍କ୍ବାଡ୍‌ ପ୍ରସ୍ତୁତ କରାଯାଇଛି। ପୂଜାରେ ବିଶୃଙ୍ଖଳା ସୃଷ୍ଟିକାରୀଙ୍କ ପ୍ରତି କଠୋର ପଦକ୍ଷେପ ନିଆଯିବ ବୋଲି ପୁଲିସ କମିସନର୍‌ ସୌମେନ୍ଦ୍ର ପ୍ରିୟଦର୍ଶୀ ଚେତାବନୀ ଦେଇଛନ୍ତି।

ପାର୍ବଣ ଆରମ୍ଭ ହୋଇ ଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ଲୋକଙ୍କ ଗହଳି ବଢ଼ିବାରେ ଲାଗୁଛି। ଏପରି ସମୟରେ କରୋନାର କୋପକୁ କମାଇବାକୁ ସୋମବାରଠାରୁ ଦ୍ୱେତନଗରୀରେ ଲାଗୁ ହେବ ନାଇଟ କର୍ଫ୍ୟୁ। ରାତି ୮ଟା ପରେ କଟକ, ଭୁବନେଶ୍ୱରରେ କଟକଣାକୁ କଡ଼ାକଡ଼ି ପାଳନ କରାଯିବା ସହ ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯିବ। ନିୟମ ଖିଲାପ କଲେ ଅମାନିଆ ଭୋଗିବେ ଦଣ୍ଡ ।

ସେହିପରି ଦୁର୍ଗାପୂଜା ବେଳେ ସର୍ତକ ରହିବା ସହ ନିୟମ ପାଳନ କରିବାକୁ ଲୋକଙ୍କୁ ଅପିଲ କରିଛନ୍ତି ସିପି । ଅପରାଧୀଙ୍କ ଉପରେ କଡ଼ା ନଜର ରଖିବ କମିଶନରେଟ୍ ପୋଲିସ୍ । ଟ୍ୱିନ୍ ସିଟିରେ ଅପରାଧୀ ଓ ଅମାନିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। କୋଭିଡ୍ ନିୟମ ଅନୁଯାୟୀ ମଣ୍ଡପରେ ପୂଜା ଆୟୋଜନ କରିବାକୁ ପରାମର୍ଶ ଦେଇଛନ୍ତି ସିପି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’