ପୌର ନିର୍ବାଚନ ପାଇଁ ଫିଟିଲା ବାଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୌର ନିର୍ବାଚନ ପାଇଁ ବାଟ ଫିଟିଛି । ୱାର୍ଡ ପୁର୍ନଗଠନ ଓ ସଂରକ୍ଷଣ ସଂକ୍ରାନ୍ତ ଫାଇଲରେ ରାଜ୍ୟପାଳ ଦସ୍ତଖତ କରିବା ପରେ ଆଇନ ବିଭାଗ ତତ୍ପର ହୋଇ ଉଠିଛି । ସଂରକ୍ଷଣ ୫୦ ପ୍ରତିଶତରୁ ଯେପରି ଅଧିକ ନହେବ ସେଥିପାଇଁ ଚାଲିଛି ଉଦ୍ୟମ । ଏକକାଳୀନ ପୌର ଓ ପଞ୍ଚାୟତ ନିର୍ବାଚନ ହେବ କି ନାହିଁ, ସରକାରୀଭାବେ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ ।

ପୌର ଆଇନରେ ସଂଶୋଧନକୁ ଗତ ସପ୍ତାହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅନୁମୋଦନ ଦେଇଥିଲେ । ଏହାପରେ ଆଇନ ବିଭାଗ ପକ୍ଷରୁ ଗେଜେଟ୍ ନୋଟିସ୍ ଜାରି ହୋଇଛି । ଗେଜେଟ୍ ବିଜ୍ଞପ୍ତି ପରେ ଏବେ ନଗର ଉନ୍ନୟନ ବିଭାଗ କେବେ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଘୋଷଣା କରିବ ତାଉପରେ ସବୁ ରାଜନୈତିକ ଦଳଙ୍କର ନଜର ରହିଛି ।

ପୌର ନିର୍ବାଚନରେ ୱାର୍ଡ ପୁନର୍ଗଠନ ସହ ସଂରକ୍ଷଣ କରାଯିବ । ଏଥିପାଇଁ ୨ରୁ ୩ ମାସ ସମୟ ଲାଗିପାରେ । ଆଗକୁ ପଞ୍ଚାୟତ ନିର୍ବାଚନ ରହିଛି । ପଞ୍ଚାୟତ ଭୋଟ ଉପରେ ସରକାର ଫୋକସ କରୁଛନ୍ତି । ତେଣୁ ଆଶା କରାଯାଉଛି କମ୍ ସମୟ ଭିତରେ ପୌର ନିର୍ବାଚନ କରିବା ସମ୍ଭବ ହୋଇ ନପାରେ । ଆସନ୍ତାବର୍ଷ ଜୁନ୍ ବେଳକୁ ହୋଇପାରେ ପୌର ନିର୍ବାଚନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ