Masthead

ସାଢେ ୬ ବର୍ଷର ପିଲାକୁ ମାରିଦେଲା ଚିତା

ରାଇଘର (ବଡ଼ ଖବର ବ୍ୟୁରୋ): ବାଘ ଆକ୍ରମଣରେ ରାଇଘର ତୁରୁଡିହି ଗ୍ରାମର ଜଣେ ବାଳକ ମୃତ। ବାଳକଙ୍କ ବୟସ ସାଢ଼େ ୬ ବର୍ଷ ହେବ। ତାଙ୍କ ନାମ ଅମିତ୍ ମର୍କାମ । ତାଙ୍କ ପିତାଙ୍କ ନାମ ନରେନ୍ଦ୍ର ମର୍କାମ। ଅମିତ ପରିବାର ସହ ଛତିଶଗଡ ରାଜ୍ୟର ସିହାୱା ସ୍ଥିତ ଏକ ମନ୍ଦିରକୁ ଦର୍ଶନ ପାଇଁ ଯାଇଥିବା ସମୟରେ ଅଚାନକ ଏକ ଚିତାବାଘ ଆକ୍ରମଣ କରିଥିଲା।

ଜୀବନ ବଞ୍ଚାଇବା ପାଇଁ ସମସ୍ତେ ଦୌଡୁଥିବା ବେଳେ ଅମିତ୍ ବାଘ ହାବୁଡରେ ପଡି ଯାଇଥିଲେ। ବାଘ ତାଙ୍କୁ ଟାଣି ନେଇ ପାହାଡ଼କୁ ଚାଲି ଯାଉଥିବା ସମୟରେ ଜଙ୍ଗଲ ବିଭାଗ ଅଧିକାରୀ ଏବଂ ସିହାୱା ପୋଲିସ ଲୋକଙ୍କ ସହାୟତାରେ ତାଙ୍କୁ ଉଦ୍ଧାର କରି ସିହାୱା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ