Masthead

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କାନିମୋଇ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସର୍ବ ଭାରତୀୟ ପରୀକ୍ଷାରେ ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ହେଉଥିବା ସମସ୍ୟା ପ୍ରସଙ୍ଗ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଠାଇଥିବା ପ୍ରସଙ୍ଗକୁ ସମର୍ଥନ ଦେଇଛନ୍ତି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଏମ୍‍.କେ.ଷ୍ଟାଲିନ । ଏହି ପ୍ରସଙ୍ଗରେ ଡିଏମକେ ସଂସଦୀୟ ଦଳର ଉପନେତା ତଥା ଷ୍ଟାଲିନଙ୍କ ଭଉଣୀ କାନିମୋଇ କରୁଣାନିଧି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଆଜି ନବୀନ ନିବାସରେ ଉଭୟ ନେତାଙ୍କ ମଧ୍ୟରେ ହୋଇଥିବା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି କେ ପଣ୍ଡିଆନ ଉପସ୍ଥିତ ଥିଲେ ।

ବୈଠକ ସମୟରେ କନିମୋଇ ନବୀନଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‍.କେ.ଷ୍ଟାଲିନଙ୍କ ପତ୍ର ପ୍ରଦାନ କରିଛନ୍ତି ।ଗ୍ରାମାଞ୍ଚଳର ତଥା ଗରିବ ପରିବାରର ଛାତ୍ରଛାତ୍ରୀମାନେ ନିଟ୍‍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାରେ ସମ୍ମୁଖୀନ ହେଉଥିବା ସମସ୍ୟା ବାବଦରେ ଦୁଇ ନେତା ଆଲୋଚନା କରିଛନ୍ତି । ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ତାଙ୍କ ଚିଠିରେ ନିଟ୍‍ ୟୁଜି ପରୀକ୍ଷାରେ ପାଶ୍‍ କରିବାରେ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀ ସମ୍ମୁଖୀନ ହେଉଥିବା ସମସ୍ୟା ଏବଂ ପରୀକ୍ଷାକୁ ଅନ୍ତର୍ଭୂକ୍ତ କରିବାର ଆବଶ୍ୟକତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହା ପୂର୍ବରୁ କେନ୍ଦ୍ର ସରକାରଙ୍କ ନିକଟରେ ଏହି ପ୍ରସଙ୍ଗ ଉଠାଇଥିଲେ । ଜାତୀୟ ପରୀକ୍ଷାକୁ ଅନ୍ତର୍ଭୂକ୍ତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ନିଟ୍‍, ଆଇଆଇଟି ଏବଂ ୟୁପିଏସ୍ସି କୁ ନେଇ ଏହି ଦିଗରେ ପଦକ୍ଷେପ ନେବାକୁ ନବୀନ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ