Masthead

ମର୍ଣ୍ଣିଂୱାକ ହେଲା କାଳ

ନୟାଗଡ଼ (ବଡ଼ ଖବର ବ୍ୟୁରୋ): ମର୍ଣ୍ଣିଂୱାକରେ ଯିବା ହେଲା କାଳ । ମାଡ଼ିଗଲା ଟ୍ରକ । ଦୁଇ ଜଣ ମୃତ ଜଣେ ଗୁରୁତର । ମୃତକମାନେ ହେଲେ ମାନସୀ ମାର୍ଥୀ ଓ ଟିକିନା ପ୍ରଧାନ । ଆହତ ମହିଳାଙ୍କ ନାଁ ସୁରବାଳା ପରିଡ଼ା । ନୟାଗଡ଼-ଖୋର୍ଦ୍ଧା ରାସ୍ତାର ନୟାଗଡ଼ ଜିଲ୍ଲା ନୂଆଗାଁ ସଁପଡ଼ା ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ମୃତାହତମାନେ ସମ୍ପଡ଼ା ଗାଁର ବୋଲି ଜଣାପଡ଼ିଛି ।

ଆଜି ଭୋରରେ ଏମାନେ ମର୍ଣ୍ଣିଂଓ୍ୱାକରେ ଆସିଥିଲେ । ଏତିକିବେଳେ ଦଶପଲ୍ଲାରୁ ନୟାଗଡ଼ ଆସୁଥିବା ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ମାନସୀ ଓ ଟିକିନାଙ୍କର ମୃତ୍ୟୁ ହୋଇଥିଲା । ଗୁରୁତର ଅବସ୍ଥାରେ ସୁରବାଳାଙ୍କୁ ଉଦ୍ଧାର କରି ପ୍ରଥମେ ନୟାଗଡ଼ ହସ୍ପିଟାଲ ଓ ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ଟ୍ରକ ସହ ଚମ୍ପଟ ମାରିଛି ଡ୍ରାଇଭର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ