ଆଜି ମଣ୍ଡପରେ ମହାମାୟାଙ୍କ ମହାନବମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମା’ଦୁର୍ଗାଙ୍କ ମହାନବମୀ ବା ନବରାତ୍ରୀର ଶେଷ ଦିନ । ୮ ଦିନ ଧରି ବିଭିନ୍ନ ରୂପରେ ପୂଜା ପାଇବା ପରେ ଆଜି ସିଦ୍ଧିଦାତ୍ରୀ ରୂପରେ ପୂଜା ପାଉଛନ୍ତି ଜଗତଜନନୀ ମା’ ଦୁର୍ଗା । ଦେବୀ ଦୁର୍ଗାଙ୍କ ନଅ ରୂପ ମଧ୍ୟରୁ ସିଦ୍ଧିଦାତ୍ରୀ ନବମ ଶକ୍ତି । ସାରା ଜଗତର ରିଦ୍ଧି ଓ ସିଦ୍ଧିର ଦେବୀ ହେଉଛନ୍ତି ସିଦ୍ଧିଦାତ୍ରୀ । ସ୍ବର୍ଣ୍ଣ ଆଭୂଷଣରେ ସୁସଜ୍ଜିତ ଚର୍ତୁଭୂଜା ମା’ ହସ୍ତରେ ଶଙ୍ଖ, ଚକ୍ର, ଗଦା ଏବଂ ପଦ୍ମ ଧାରଣ କରି ସିଂହ ଉପରେ ବସି ଧରାପୃଷ୍ଠରେ ବିରାଜମାନ କରିଥାନ୍ତି ମା’ ।

ପୌରାଣିକ ତଥ୍ୟ ଅନୁଯାୟୀ ଭଗବାନ ଶିବ କଠିନ ତପସ୍ୟା କରି ମା’ ସିଦ୍ଧିଦାତ୍ରୀଙ୍କ ଠାରୁ ସିଦ୍ଧି ପ୍ରାପ୍ତ କରିଥିଲେ । ଏହା ସହ ମା’ ଙ୍କ କୃପାରୁ ମହାଦେବଙ୍କ ଅଧା ଶରୀର ଦେବୀଙ୍କ ସ୍ବରୂପ ହୋଇଯାଇଥିଲା । ମା’ଙ୍କ କୃପାରୁ ଦେବ ଦେବ ମହାଦେବ ଅର୍ଦ୍ଧନାରୀଶ୍ବର ରୂପରେ ପୂଜା ପାଇଥିଲେ । ନବମୀ ଅବସରରେ ସିଦ୍ଧିଦାତ୍ରୀ ମା’ଙ୍କୁ ପୂଜାର୍ଚ୍ଚନା କରିବା ଦ୍ବାରା ଶୁଭଫଳ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ବାସ ରହିଛି । ଆଜି ଦେବୀଙ୍କୁ ତିଳ ବା ରାଶି ନୈବେଦ୍ୟ ଆକାରରେ ଅପର୍ଣ କରିବା ଶୁଭଙ୍କର ହୋଇଥାଏ । ଆଜି ମା’ଙ୍କୁ ନବାନ୍ନ ପ୍ରସାଦ, ନବରସ ଯୁକ୍ତ ଭୋଜନ ଏବଂ ନଅ ପ୍ରକାରର ଫଳଫୁଲ ଆଦି ଅର୍ପଣ କରାଯାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ