Masthead

ଆଜି ମଣ୍ଡପରେ ମହାମାୟାଙ୍କ ମହାନବମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମା’ଦୁର୍ଗାଙ୍କ ମହାନବମୀ ବା ନବରାତ୍ରୀର ଶେଷ ଦିନ । ୮ ଦିନ ଧରି ବିଭିନ୍ନ ରୂପରେ ପୂଜା ପାଇବା ପରେ ଆଜି ସିଦ୍ଧିଦାତ୍ରୀ ରୂପରେ ପୂଜା ପାଉଛନ୍ତି ଜଗତଜନନୀ ମା’ ଦୁର୍ଗା । ଦେବୀ ଦୁର୍ଗାଙ୍କ ନଅ ରୂପ ମଧ୍ୟରୁ ସିଦ୍ଧିଦାତ୍ରୀ ନବମ ଶକ୍ତି । ସାରା ଜଗତର ରିଦ୍ଧି ଓ ସିଦ୍ଧିର ଦେବୀ ହେଉଛନ୍ତି ସିଦ୍ଧିଦାତ୍ରୀ । ସ୍ବର୍ଣ୍ଣ ଆଭୂଷଣରେ ସୁସଜ୍ଜିତ ଚର୍ତୁଭୂଜା ମା’ ହସ୍ତରେ ଶଙ୍ଖ, ଚକ୍ର, ଗଦା ଏବଂ ପଦ୍ମ ଧାରଣ କରି ସିଂହ ଉପରେ ବସି ଧରାପୃଷ୍ଠରେ ବିରାଜମାନ କରିଥାନ୍ତି ମା’ ।

ପୌରାଣିକ ତଥ୍ୟ ଅନୁଯାୟୀ ଭଗବାନ ଶିବ କଠିନ ତପସ୍ୟା କରି ମା’ ସିଦ୍ଧିଦାତ୍ରୀଙ୍କ ଠାରୁ ସିଦ୍ଧି ପ୍ରାପ୍ତ କରିଥିଲେ । ଏହା ସହ ମା’ ଙ୍କ କୃପାରୁ ମହାଦେବଙ୍କ ଅଧା ଶରୀର ଦେବୀଙ୍କ ସ୍ବରୂପ ହୋଇଯାଇଥିଲା । ମା’ଙ୍କ କୃପାରୁ ଦେବ ଦେବ ମହାଦେବ ଅର୍ଦ୍ଧନାରୀଶ୍ବର ରୂପରେ ପୂଜା ପାଇଥିଲେ । ନବମୀ ଅବସରରେ ସିଦ୍ଧିଦାତ୍ରୀ ମା’ଙ୍କୁ ପୂଜାର୍ଚ୍ଚନା କରିବା ଦ୍ବାରା ଶୁଭଫଳ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ବାସ ରହିଛି । ଆଜି ଦେବୀଙ୍କୁ ତିଳ ବା ରାଶି ନୈବେଦ୍ୟ ଆକାରରେ ଅପର୍ଣ କରିବା ଶୁଭଙ୍କର ହୋଇଥାଏ । ଆଜି ମା’ଙ୍କୁ ନବାନ୍ନ ପ୍ରସାଦ, ନବରସ ଯୁକ୍ତ ଭୋଜନ ଏବଂ ନଅ ପ୍ରକାରର ଫଳଫୁଲ ଆଦି ଅର୍ପଣ କରାଯାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର