Masthead

କୂଅରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ବେଗୁନିଆ (ବଡ଼ ଖବର ବ୍ୟୁରୋ): ବେଗୁନିଆ ଥାନା ଅନ୍ତର୍ଗତ ଗୋଡା ଗ୍ରାମର ଏକ କୂଅରେ ଜଣେ ବୃଦ୍ଧଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତ ବ୍ୟକ୍ତି ଜଣକ ସେହି ଗ୍ରାମର ବାବନ ମାଣିଆ ବୋଲି ଜଣାପଡିଛି । ଘର ଲୋକଙ୍କ କହିବା ଅନୁଯାୟୀ ବୃଦ୍ଧ ମାଣିଆ ଗତକାଲି ରାତିରୁ କାହାକୁ କିଛି ନକହି ଚାଲି ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ଗ୍ରାମର ଏକ କୂଅରେ ଭାସୁଥିବାର ଜଣାପଡିଛି ।

କେଉଁ ପରିସ୍ଥିତିରେ ବୃଦ୍ଧ ଜଣକ କୂଅ ଭିତରେ ପଡ଼ିଲେ ତାର କାରଣ ଅସ୍ପଷ୍ଟ ଥିବା ବେଳେ କୂଅରେ ପାଣି ଭରା ଥିବାରୁ ଅସାବଧାନବଶତ କୂଅ ଭିତରେ ପଡିଯାଇଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ବେଗୁନିଆ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ