Masthead

ରାଜ୍ୟରେ ୩୮୧୭ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟପାଇଁ ଖୁସି ଖବର । ଆଜି ରାଜ୍ୟରେ ୨୬୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁଣି ୩୮୧୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୧୦ ହଜାର ୨୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ଯାହା ରାଜ୍ୟ ପାଇଁ ଏକ ଆସ୍ୱସ୍ଥିକର ଖବର ।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକରୁ ୩୬୮, ବରଗଡ଼ରୁ ୧୫୧, ବାଲେଶ୍ୱରରୁ ୧୪୬, ନୂଆପଡ଼ାରୁ ୧୩୫, ଜଗତସିଂହପୁରରୁ ୧୨୪, ଅନୁଗୁଳରୁ ୧୨୨, ସମ୍ବଲପୁରରୁ ୧୧୮, ସୁନ୍ଦରଗଡ଼ରୁ ୧୧୦, କେନ୍ଦ୍ରାପଡ଼ାରୁ ୧୦୬, ବଲାଙ୍ଗୀରିରୁ ୮୩, ଯାଜପୁରରୁ ୯୧, ମୟୁରଭଞ୍ଜରୁ ୮୮, ପୁରୀରୁ ୮୮, କନ୍ଧମାଳ ଓ କେନ୍ଦୁଝରରୁ ୮୬, ସୋନପୁରରୁ ୮୩, ଭଦ୍ରକରୁ ୮୨, ନୟାଗଡ଼ରୁ ୭୧, କଳାହାଣ୍ଡିରୁ ୬୯, ଝାରସୁଗୁଡ଼ାରୁ ୬୮, ନବରଙ୍ଗପୁରରୁ ୬୬, କୋରାପୁଟରୁ ୬୨, ଗଞ୍ଜାମରୁ ୫୬, ରାୟଗଡ଼ାରୁ ୫୦, ଢେଙ୍କାନାଳରୁ ୪୮, ବୌଦ୍ଧରୁ ୪୫, ମାଲକାନଗିରିରୁ ୩୪, ଗଜପତିରୁ ୨୪, ଦେବଗଡ଼ରୁ ୧୪ ଓ ଷ୍ଟେଟ ପୁଲରୁ ୧୬୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼