ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଗତ କାଲିଠୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ । ଦୁର୍ବଳ ଓ ଜ୍ୱର ପାଇଁ ଗତକାଲିଠୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତ କରାଯାଇଥିଲା । ଆଜି ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ନେଇ ସୂଚନା ମିଳିଛି । ମନମୋହନ ସିଂଙ୍କୁ ଦେଖିବା ପାଇଁ ଦେଶର ସ୍ୱସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଯାଇଛନ୍ତି । ତାଙ୍କୁ ଦେଖିବା ସହ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ଡାକ୍ତରୀ ଟିମ ସହ କଥା ହୋଇଛନ୍ତି ।
ସେପଟେ ମନମୋହନ ସିଂଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ କରି ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନା ଅନୁସାରେ, ଚଳିତ ବର୍ଷ ଆରମ୍ଭରେ ଶ୍ରୀ ସିଂହ କରୋନାରେ ଆକ୍ରାନ୍ତ ହୋଇଥିଲେ । ତେବେ ଏହି ସମୟରେ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଆଉ ହଠାତ ଗତକାଲି ତାଙ୍କ ସ୍ୱାସ୍ଥ୍ୟ ବିଗିଡିଥିଲା । ଏଥିପାଇଁ ତାଙ୍କୁ ତୁରନ୍ତ ଏମ୍ସରେ ଭର୍ତ୍ତି କରାଯାଇଥିଲା । ଆଜି ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ତିର ଥିବା ନେଇ ଏମ୍ସ ଡାକ୍ତରଙ୍କ ପକ୍ଷରୁ କୁହାଯାଇଛି ।