Masthead

ଅଜଣା ଗାଡି ଧକ୍କାରେ ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ

ବୌଦ୍ଧ (ବଡ଼ ଖବର ବ୍ୟୁରୋ): ଅଜଣା ଗାଡି ଧକ୍କାରେ ଗଲା ଦୁଇ ସଙ୍ଗାତଙ୍କ ଜୀବନ । ମୃତକ ହେଲେ ମୁଶାଡ଼ ଗ୍ରାମର ଝାଣ୍ଟୁ ଚରଣ ବେହେରା ଓ ବ୍ରାହ୍ମଣଗାଁ ର ଝାଣ୍ଟୁ ଭୋକ୍ତା । ଖୋର୍ଦ୍ଧା -ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ସ୍ଥିତ ଲଇଗାଁ ଗାଁ ଛକରେ ଘଟିଛି ଦୁର୍ଘଟଣା । ବୌଦ୍ଧ ଥାନା ଅନ୍ତର୍ଗତ ୫୭ ନମ୍ବର ଜାତୀୟ ରାଜପଥ ସ୍ଥିତ ଲଇଗାଁ ଛକ ଠାରେ ବିଳମ୍ବିତ ରାତିରେ ଦୁଇ ସଙ୍ଗାତ ବୌଦ୍ଧ ପଟୁ ନିଜ ଘରକୁ ଫେରୁଥିବା ବେଳେ ବିପରିତ ଦିଗରୁ ଏକ ଅଜଣା ଗାଡି ଧକ୍କା ଦେଇଥିଲା ।

ଫଳରେ ଦୁଇ ସଙ୍ଗାତ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ଖବର ପାଇ ବୌଦ୍ଧ ପୋଲିସ ପହଁଚି ଆମ୍ବୁଲାନ୍ସ ଯୋଗେ ଉଭୟଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରିଥିବାବେଳେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ଆଜି ଶବ ବ୍ୟବଚ୍ଛେଦ ପରେ ଉଭୟଙ୍କ ପରିବାରକୁ ଶବ ହସ୍ତାନ୍ତର କରାଯିବ ବୋଲି ଜଣାପଡିଛି । ଅନ୍ୟପଟେ ପୋଲିସ ଦୁର୍ଘଟଣା ଘଟାଇ ଫେରାର ମାରିଥିବା ଗାଡିକୁ ଧରିବାକୁ ପ୍ରୟାସ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ