Masthead

ମା’ଙ୍କ ଅତୁଳନୀୟ ରୂପ, ପନିପରିବାରେ ସୁଦର୍ଶନଙ୍କ କ୍ରିଏଟିଭିଟି

ପୁରୀ (ବଡ଼ ଖବର ବ୍ୟୁରୋ) : ଶାରଦୀୟ ଦୁର୍ଗାପୂଜାର ଆଜି ଶେଷ ଦିନ। ଆଜି ସବୁଠି ପାଳନ ହେଉଛି ବିଜୟା ଦଶମୀ। ଅଧର୍ମ ଉପରେ ଧର୍ମର ଜୟ, ଅସତ୍ୟ ଉପରେ ସତ୍ୟର ବିଜୟ। ଆଜି ଜଗତଜ୍ଜନନୀ ମା ଦୁର୍ଗାଙ୍କର ବିଜୟା ଦଶମୀ ବା ଦଶହରା ପର୍ବ। ଏଥିପାଇଁ ଆଜି ଉଭୟ ପୀଠ ଓ ପୂଜା ମଣ୍ଡପରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି। ବିଭିନ୍ନ ସ୍ଥାନରେ ଚାଲିଛି ମାଆ ଦୁର୍ଗାଙ୍କ ଅରାଧନା । ବିଭିନ୍ନ ସ୍ଥାନରେ ମାଆର ମୃଣ୍ମୟୀ ମୂର୍ତ୍ତି ପୂଜା ପାଉଛି । ତେବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ମାଆ ଦୁର୍ଗାଙ୍କ ଏକ ପ୍ରତିମା ।

ଯାହାକି ବାଲୁକା କଳାରେ ଶୋଭା ପାଉଛି । ଏହା ବ୍ୟତୀତ ମୂର୍ତ୍ତି ତିଆରି ପାଇଁ ୧୨ ପ୍ରକାରର ପନିପରିବା ବ୍ୟବହାର କରାଯାଇଛି । ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ଦେଖାଇଛନ୍ତି । ନବମୀ ଦିନ ସୁଦର୍ଶନ ପୁରୀ ସମୂଦ୍ର କୂଳରେ ମାଆ ଦୁର୍ଗାଙ୍କ ପ୍ରତିମା ତିଆରି କରିଛନ୍ତି । ଏହାକୁ ଦେଖିବା ପାଇଁ ବହୁ ସଂଖ୍ୟାରେ ଲୋକ ଏକତ୍ରିତ ହେଉଛନ୍ତି । ମୂର୍ତ୍ତିରେ ପ୍ରାୟ ୧୨ ପ୍ରକାରର ପନିପରିବା ବ୍ୟବହାର କରିଛନ୍ତି। ଏଥିରେ ବାଇଗଣ, ଗାଜର, ଭେଣ୍ଡି, ଆଳୁ ଏବଂ ଟମାଟୋ ଭଳି ପନିପରିବା ବ୍ୟବହାର କରାଯାଇଛି। ଲୋକମାନେ ଏହି ପ୍ରତିମାକୁ ବହୁତ ପସନ୍ଦ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ