Masthead

ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ଚଣ୍ଡିଗଡ଼(ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ କରୋନା । ଆମେ ପଞ୍ଜାବ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କଥା କହୁଛୁ । ସାଙ୍ଗରୁରରେ ରାହୁଲ ଗାନ୍ଧୀଙ୍କ ସହ ଟ୍ରାକ୍ଟର ରାଲିରେ ଯୋଗଦେଇଥିବା ପଞ୍ଜାବ ସ୍ୱାସ୍ଥ୍ୟମନ୍ତ୍ରୀ ବଲବୀର ସିଦ୍ଧୁ କରୋନା ସଂକ୍ରମିତ ହୋଇଛନ୍ତି। ସଂକ୍ରମଣର ପ୍ରାଥମିକ ଲକ୍ଷଣ ଦେଖାଇବା ପରେ ମଙ୍ଗଳବାର ସେ କରୋନା ପରୀକ୍ଷା କରାଇଥିଲେ । ପରୀକ୍ଷାରେ ବାହାରିଥିଲା ପଜେଟିଭ । ସେ ଏବେ ହୋମ୍ କ୍ୱାରେନ୍ଣ୍ଟାଇନ୍ରେ ଅଛନ୍ତି । ସେଠାରେ ତାଙ୍କୁ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି।

ଟ୍ରାକ୍ଟର ରାଲିରେ ରାହୁଲ ଗାନ୍ଧୀଙ୍କ ସହ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ, ସ୍ୱାସ୍ଥ୍ୟମନ୍ତ୍ରୀ, କଂଗ୍ରେସ ଦାୟିତ୍ୱରେ ଥିବା ହରିଶ ରାୱତ, ପଞ୍ଜାବ କଂଗ୍ରେସ ସଭାପତି ସୁନୀଲ ଜାଖର ଏବଂ ଦଳର ଅନ୍ୟ ବରିଷ୍ଠ ନେତା ଯୋଗଦେଇଥିଲେ । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟମନ୍ତ୍ରୀ ବଲବୀର ସିଦ୍ଧୁଙ୍କୁ ଜ୍ୱର ହେବା ସହ ସେ ଯନ୍ତ୍ରଣା ଅନୁଭବ କରିଥିଲେ। ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ ଗତ ଏକ ସପ୍ତାହ ମଧ୍ୟରେ ସେମାନଙ୍କ ସହ ଯୋଗାଯୋଗରେ ଆସିଥିବା ଲୋକମାନଙ୍କର କରୋନା ପରୀକ୍ଷା କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ