କେରଳରେ ବର୍ଷା ବିତ୍ପାତ, ୧୮ମୃତ

କୋଚି(ବଡ଼ ଖବର ବ୍ୟୁରୋ): କେରଳରେ ବର୍ଷା ବିତ୍ପାତ । କେରଳରେ ଲାଗି ରହିଥିବା ବର୍ଷା ଫଳରେ ଏକାଧିକ ଜିଲ୍ଲା ଜଳମଗ୍ନ ହୋଇଛି । ସହର ଭିତରେ ନଦୀର ଭ୍ରମ ସୃଷ୍ଟି ହେଉଛି । ବିଶେଷ କରି ଇଡ୍ଡୁକୀ, କୋଟୟାମ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇଛି । ରାସ୍ତା ଉପରେ କାର, ବାଇକ୍ ଭାସିଯିବା ସହ ବସର ଅଧା ବୁଡି ଯାଇଛି । ପାଣି ଭିତରେ ଗାଡିଟି ଫସିଯିବା ପରେ ଆଉ ଆଗକୁ ଯାଇ ପାରି ନଥିଲା । ତାପରେ ଗାଡିରେ ଥିବା ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ ଉଦ୍ଧାରକାରୀ ଟିମ୍ ।

ତେବେ ବର୍ଷା ବିତ୍ପାତରେ ଏପର୍ଯ୍ୟନ୍ତ ୧୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏକାଅଧିକ ଲୋକ ନିଖୋଜ ଅଛନ୍ତି । ସେହିପରି ଭୂଷ୍ଖଳନ ସ୍ଥିତି ମଧ୍ୟ ଦେଖାଦେଇଛି। ଭୂସ୍ଖଳନରେ ମୋଟ ୭ଜଣଙ୍କ ମୃତ୍ୟୁ ହୋଇଛି।  ପରିସ୍ଥିତି ବିଗୁଡୁଥିବାରୁ ଉଦ୍ଧାର କାର୍ଯ୍ୟରେ ୧୧ ଏନଡିଆରଏଫ ଟିମ୍ , ଏୟାରଫୋର୍ସ ହେଲିକପ୍ଟର ଓ ନୌସେନା ବାହିନୀଙ୍କୁ ନିୟୋଜିତ କରାଯାଇଛି । ଅନ୍ୟପଟେ ଆଜି ପାଇଁ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ରେଡ୍ ଆଲର୍ଟ ଜାରି କରିବା ପରେ କେରଳ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି । ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରହିବା ପାଇଁ ପରାମର୍ଶ ଦେଇଛନ୍ତି କେରଳ ମୁଖ୍ୟମନ୍ତ୍ରୀ ପିନାରାୟ ବିଜୟନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ