Masthead

କେରଳରେ ବର୍ଷା ବିତ୍ପାତ, ୧୮ମୃତ

କୋଚି(ବଡ଼ ଖବର ବ୍ୟୁରୋ): କେରଳରେ ବର୍ଷା ବିତ୍ପାତ । କେରଳରେ ଲାଗି ରହିଥିବା ବର୍ଷା ଫଳରେ ଏକାଧିକ ଜିଲ୍ଲା ଜଳମଗ୍ନ ହୋଇଛି । ସହର ଭିତରେ ନଦୀର ଭ୍ରମ ସୃଷ୍ଟି ହେଉଛି । ବିଶେଷ କରି ଇଡ୍ଡୁକୀ, କୋଟୟାମ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇଛି । ରାସ୍ତା ଉପରେ କାର, ବାଇକ୍ ଭାସିଯିବା ସହ ବସର ଅଧା ବୁଡି ଯାଇଛି । ପାଣି ଭିତରେ ଗାଡିଟି ଫସିଯିବା ପରେ ଆଉ ଆଗକୁ ଯାଇ ପାରି ନଥିଲା । ତାପରେ ଗାଡିରେ ଥିବା ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ ଉଦ୍ଧାରକାରୀ ଟିମ୍ ।

ତେବେ ବର୍ଷା ବିତ୍ପାତରେ ଏପର୍ଯ୍ୟନ୍ତ ୧୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏକାଅଧିକ ଲୋକ ନିଖୋଜ ଅଛନ୍ତି । ସେହିପରି ଭୂଷ୍ଖଳନ ସ୍ଥିତି ମଧ୍ୟ ଦେଖାଦେଇଛି। ଭୂସ୍ଖଳନରେ ମୋଟ ୭ଜଣଙ୍କ ମୃତ୍ୟୁ ହୋଇଛି।  ପରିସ୍ଥିତି ବିଗୁଡୁଥିବାରୁ ଉଦ୍ଧାର କାର୍ଯ୍ୟରେ ୧୧ ଏନଡିଆରଏଫ ଟିମ୍ , ଏୟାରଫୋର୍ସ ହେଲିକପ୍ଟର ଓ ନୌସେନା ବାହିନୀଙ୍କୁ ନିୟୋଜିତ କରାଯାଇଛି । ଅନ୍ୟପଟେ ଆଜି ପାଇଁ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ରେଡ୍ ଆଲର୍ଟ ଜାରି କରିବା ପରେ କେରଳ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି । ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରହିବା ପାଇଁ ପରାମର୍ଶ ଦେଇଛନ୍ତି କେରଳ ମୁଖ୍ୟମନ୍ତ୍ରୀ ପିନାରାୟ ବିଜୟନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା