Masthead

ପୁଣି ମହଙ୍ଗା ହେଲା ପେଟ୍ରୋଲ ଓ ଡିଜେଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ମହଙ୍ଗା ହେଲା ତୈଳ । ଅନ୍ତର୍ଜାତୀୟ ସ୍ତରରେ ଅଶୋଧିତ ତୈଳଦର ବୃଦ୍ଧି ପାଇବା ଫଳରେ ଘରୋଇ ବଜାରରେ ଏହାର ପ୍ରଭାବ ପଡ଼ିଛି । ପ୍ରତିଦିନ ପେଟ୍ରୋଲ ଓ ଡିଜେଲ ଦର ବଢ଼ି ବଢ଼ି ଚାଲିଛି । ରବିବାର ମଧ୍ୟ ତୈଳ କମ୍ପାନୀ ପେଟ୍ରୋଲ୍ ଓ ଡିଜେଲ ଦର ବଢ଼ାଇଛନ୍ତି । ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଛି । ପ୍ରତିଦିନ ତୈଳଦର ବଢ଼ୁଥିବା ବେଳେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦାମ୍ ୧୦୫ ଟଙ୍କା ୮୪ ପଇସା ରହିଛି ।

ସେହିଭଳି ଡିଜେଲ ଦର ୯୪ ଟଙ୍କା ୫୭ ପଇସାରେ ବିକ୍ରି ହେଉଛି । ମୁମ୍ବାଇରେ ପେଟ୍ରୋଲ ୧୧୧ ଟଙ୍କା ୭୭ ପଇସା ଓ ଡିଜେଲ ଦର ୧୦୨ ଟଙ୍କା ୫୨ ପଇସା ରହିଛି । ଅକ୍ଟୋବର ମାସରେ ତିନିଦିନକୁ ବାଦ ଦେଲେ ପ୍ରତିଦିନ ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପାଇଛି । ମାସକରେ ତୈଳଦର ୧୪ ଥର ବୃଦ୍ଧି ପାଇ ପେଟ୍ରୋଲ ୪ ଟଙ୍କା ୧୫ ପଇସା ଓ ଡିଜେଲ ୪ ଟଙ୍କା ୭୦ ପଇସା ମହଙ୍ଗା ହୋଇଛି । ଅଶୋଧିତ ତୈଳଦର ବ୍ୟାରେଲ ପିଛା ୯୦ ଡଲାର ଛୁଇଁବାକୁ ଯାଉଥିବାରୁ ଆଗକୁ ପେଟ୍ରୋଲ, ଡିଜେଲ ଆହୁରି ମହଙ୍ଗା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼