Masthead

ପୁଣି ମହଙ୍ଗା ହେଲା ପେଟ୍ରୋଲ ଓ ଡିଜେଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ମହଙ୍ଗା ହେଲା ତୈଳ । ଅନ୍ତର୍ଜାତୀୟ ସ୍ତରରେ ଅଶୋଧିତ ତୈଳଦର ବୃଦ୍ଧି ପାଇବା ଫଳରେ ଘରୋଇ ବଜାରରେ ଏହାର ପ୍ରଭାବ ପଡ଼ିଛି । ପ୍ରତିଦିନ ପେଟ୍ରୋଲ ଓ ଡିଜେଲ ଦର ବଢ଼ି ବଢ଼ି ଚାଲିଛି । ରବିବାର ମଧ୍ୟ ତୈଳ କମ୍ପାନୀ ପେଟ୍ରୋଲ୍ ଓ ଡିଜେଲ ଦର ବଢ଼ାଇଛନ୍ତି । ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଛି । ପ୍ରତିଦିନ ତୈଳଦର ବଢ଼ୁଥିବା ବେଳେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦାମ୍ ୧୦୫ ଟଙ୍କା ୮୪ ପଇସା ରହିଛି ।

ସେହିଭଳି ଡିଜେଲ ଦର ୯୪ ଟଙ୍କା ୫୭ ପଇସାରେ ବିକ୍ରି ହେଉଛି । ମୁମ୍ବାଇରେ ପେଟ୍ରୋଲ ୧୧୧ ଟଙ୍କା ୭୭ ପଇସା ଓ ଡିଜେଲ ଦର ୧୦୨ ଟଙ୍କା ୫୨ ପଇସା ରହିଛି । ଅକ୍ଟୋବର ମାସରେ ତିନିଦିନକୁ ବାଦ ଦେଲେ ପ୍ରତିଦିନ ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପାଇଛି । ମାସକରେ ତୈଳଦର ୧୪ ଥର ବୃଦ୍ଧି ପାଇ ପେଟ୍ରୋଲ ୪ ଟଙ୍କା ୧୫ ପଇସା ଓ ଡିଜେଲ ୪ ଟଙ୍କା ୭୦ ପଇସା ମହଙ୍ଗା ହୋଇଛି । ଅଶୋଧିତ ତୈଳଦର ବ୍ୟାରେଲ ପିଛା ୯୦ ଡଲାର ଛୁଇଁବାକୁ ଯାଉଥିବାରୁ ଆଗକୁ ପେଟ୍ରୋଲ, ଡିଜେଲ ଆହୁରି ମହଙ୍ଗା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ