Masthead

ବହୁଚର୍ଚ୍ଚିତ ମନୀଷ ହତ୍ୟାକାଣ୍ଡ, ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବହୁଚର୍ଚ୍ଚିତ ମନୀଷ ହତ୍ୟାକାଣ୍ଡର ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ । ଆଜି ହେବ ରିମାଣ୍ଡ ଆବେଦନର ଶୁଣାଣି । ଗିରଫ ଅଭିଯୁକ୍ତଙ୍କୁ ପୋଲିସ ହାଜର କରିବା ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ ଜେଏମଏଫସି କୋର୍ଟ । ତେବେ ସେମାନଙ୍କୁ ରିମାଣ୍ଡରେ ନେବା ପାଇଁ ପୋଲିସ କରିଥିବା ଆବେଦନର ଆଜି ଶୁଣାଣି ହେବ । ମନୀଷଙ୍କ ମୃତ୍ୟୁ ରହସ୍ୟ ଉପରୁ ସମ୍ପୂର୍ଣ୍ଣ ପରଦା ଉଠାଇବା ପାଇଁ ତିନି ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଛି କମିସନରେଟ ପୁଲିସ ।

ସେପଟେ କୋର୍ଟରେ ତିନି ଅଭିଯୁକ୍ତଙ୍କ ମଧ୍ୟରୁ ଅମ୍ରିତ ସିଂଙ୍କ ପାଇଁ ଜାମିନ ଆବେଦନ କରିଥିଲେ ତାଙ୍କ ଓକିଲ । ଅନ୍ୟ ଦୁଇ ଅଭିଯୁକ୍ତଙ୍କ ପାଇଁ କେହି ଜାମିନ ଆବେଦନ କରିନଥିଲେ । କିନ୍ତୁ ଜେଏମଏଫସି କୋର୍ଟ ଅମ୍ରିତଙ୍କ ଜାମିନ୍ ଆବେଦନକୁ ଖାରଜ କରି ବିଚାରବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି । ରିମାଣ୍ଡରେ ଆଣି ପଚରାଉଚୁରା କରିବା ପରେ ମନୀଷଙ୍କୁ କେମିତି ଓ କେଉଁଠି ମାରିଲେ ତାହା ସ୍ପଷ୍ଟ ହେବ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା