Masthead

ପୁଣି ବଢ଼ିଲା ପେଟ୍ରୋଲ ଡିଜେଲ ଦର, ଆଗକୁ ଆହୁରି ବଢ଼ିବ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ପୁଣି ମହଙ୍ଗା ହେଲା ତୈଳ । ଅନ୍ତର୍ଜାତୀୟ ସ୍ତରରେ ଅଶୌଧିତ ତୈଳଦର ବୃଦ୍ଧି ପାଇବା ଫଳରେ ଘରୋଇ ବଜାରରେ ଏହାର ପ୍ରଭାବ ପଡ଼ିଛି । ପ୍ରତିଦିନ ପେଟ୍ରୋଲ୍ ଓ ଡିଜେଲ୍ ଦର ବଢ଼ି ବଢ଼ି ଚାଲିଛି । ରବିବାର ମଧ୍ୟ ତୈଳ କମ୍ପାନୀ ପେଟ୍ରୋଲ୍ ଓ ଡିଜେଲ ଦର ବଢ଼ାଇଛନ୍ତି । ପେଟ୍ରୋଲ ଓ ଡିଜେଲ୍ ଦର ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଛି ।

ପ୍ରତିଦିନ ତୈଳଦର ବଢ଼ୁଥିବା ବେଳେ ଦିଲ୍ଲୀରେ ପେଟ୍ରୋଲ୍ ଲିଟର ପିଛା ଦାମ୍ ୧୦୫ ଟଙ୍କା ୮୪ ପଇସା ରହିଛି । ସେହିଭଳି ଡିଜେଲ ଦର ୯୪ ଟଙ୍କା ୫୭ ପଇସାରେ ବିକ୍ରି ହେଉଛି । ମୁମ୍ବାଇରେ ପେଟ୍ରୋଲ ୧୧୧ ଟଙ୍କା ୭୭ ପଇସା ଓ ଡିଜେଲ ଦର ୧୦୨ ଟଙ୍କା ୫୨ ପଇସା ରହିଛି । ଅକ୍ଟୋବର ମାସରେ ତିନିଦିନକୁ ବାଦ୍ ଦେଲେ ପ୍ରତିଦିନ ପେଟ୍ରୋଲ, ଡିଜେଲ୍ ଦର ବୃଦ୍ଧି ପାଇଛି ।

ମାସକରେ ତୈଳଦର ୧୪ ଥର ବୃଦ୍ଧି ପାଇ ପେଟ୍ରୋଲ ୪ ଟଙ୍କା ୧୫ ପଇସା ଓ ଡିଜେଲ ୪ ଟଙ୍କା ୭୦ ପଇସା ମହଙ୍ଗା ହୋଇଛି । ଅଶୌଧିତ ତୈଳଦର ବ୍ୟାରେଲ୍ ପିଛା ୯୦ ଡଲାର ଛୁଇଁବାକୁ ଯାଉଥିବାରୁ ଆଗକୁ ପେଟ୍ରୋଲ, ଡିଜେଲ୍ ଆହୁରି ମହଙ୍ଗା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍