ପଥରରେ ଛେଚି ବୋହୂକୁ ହତ୍ୟାକଲା ଶାଶୁ

ଯାଜପୁର (ବଡ଼ ଖବର ବ୍ୟୁରୋ): ପାରିବାରିକ କଳହର କରୁଣ ପରିଣତି । ବୋହୂକୁ ପଥରରେ ଛେଚି ହତ୍ୟାକଲା ଶାଶୁ । ଏଭଳି ଘଟଣାଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧୀନ ଶ୍ରୀରାମପୁର ଗ୍ରାମରେ । ପୀତବାସ ପରିଡାଙ୍କ ଭଉଣୀ ଶାନ୍ତିଲତା ୧୦ ବର୍ଷ ହେବ ବଡ଼ଚଣା ଥାନା ଅଧୀନ ହରିଚନ୍ଦନ ପୁର ଗ୍ରାମ ର ତରୁ ଦାସ ଙ୍କୁ ବିବାହ କରିଥିଲେ । ଦୀର୍ଘ ଦିନ ଧରି ଶାଶୁ ଓ ବୋହୂଙ୍କ ମଧ୍ୟରେ ପାରିବାରିକ କଳହ ଲାଗି ରହିଥିଲା । ଗତକାଲି ଶାଶୁ ଓ ବୋହୂଙ୍କ ମଧ୍ୟରେ କଲହ ଏତେ ପରିମାଣରେ ବଢ଼ି ଯାଇଥିଲା ଯେ ଶାଶୁ, ବୋହୂ ଶାନ୍ତିଲତାଙ୍କୁ ପଥରରେ ଛେଚି ଦେଇଥିଲେ ।

ଘଟଣାସ୍ଥଳରୁ ବୋହୂ ଶାନ୍ତିଲତାଙ୍କୁ ଗୁରୁତର ଅବସ୍ଥାରେ ବଡ଼ଚଣା ମେଡିକାଲ ପରେ କଟକ ମେଡିକାଲ ସ୍ଥାନାନ୍ତର କରାଯାଇ ଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ଏ ନେଇ ବୋହୂ ଶାନ୍ତିଲତାଙ୍କ ବାପଘର ପକ୍ଷରୁ ବଡ଼ଚଣା ଥାନାରେ ଲିଖିତ ଅଭିଯୋଗ କରାଯାଇଛି । ଏହି ଘଟଣାରେ ବଡ଼ଚଣା ପୋଲିସ ଘଟଣାସ୍ଥଳରେ ପହଂଚି ଶବ କୁ ବ୍ୟବଛେଦ ପାଇଁ ପଠାଇବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’