Masthead

୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ପଶ୍ଚିମ କେନ୍ଦ୍ରୀୟ ବଙ୍ଗେପସାଗର ଘନୀଭୂତ ଲଘୁଚାପ ବଳୟରେ ଶନିବାର ଠାରୁ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ତେବେ ଏହାର ପ୍ରଭାବରେ ରବିବାର ମଧ୍ୟ ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ବର୍ଷାକୁ ନେଇ ୭ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସତର୍କ ଜାରି କରାଯାଇଛି ।

ତେବେ ୟେଲୋ ୱାଣ୍ଣିଂ ପାଇଥିବା ୭ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର । ଏହି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଘଡ ଘଡି ଓ ବଜ୍ରପାତ ନେଇ ୧୭ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛନ୍ତି ପାଣିପାଗ ବିଭାଗ ।

ଏହି ୧୭ଟି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଗଞ୍ଚାମ, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ନୟାଗଡ, ଖୋର୍ଦ୍ଧା, ଗଜପତି , ଢେଙ୍କାନାଳ, ମୟୂରଭଞ୍ଜ ଓ କେନ୍ଦୁଝର । ଲଘୁଚାପ ପ୍ରଭାବରେ ଆସନ୍ତା ୧୯ ତାରିଖ ଯାଏ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା