ବିପଦ ସଙ୍କେତ ଉପରେ ଜଳକା

ବସ୍ତା (ବଡ଼ ଖବର ବ୍ୟୁରୋ): ବିପଦ ସଙ୍କେତ ଉପରେ ଜଳକା । ମଥାନୀଠାରେ ବିପଦ ସଙ୍କେତ ୫.୫ ଥିବାବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ୬.୦୨ ମିଟରରେ ପ୍ରବାହିତ ହେଉଛି । ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇଛି । ବନ୍ୟା ଆଶଙ୍କା ସହ ନଦୀବନ୍ଧ ଦୁର୍ବଳ ଥିବାରୁ ଚିନ୍ତାରେ ନଦୀକୂଳ ବାସୀ । ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାର ଶୁଳିଆପଦା, ମୋରଡା, ତିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ବର୍ଷା କାରଣରୁ ବଢୁଛି ନଦୀର ଜଳସ୍ତର ।

ଗତ ବନ୍ୟାରେ ବସ୍ତା ବ୍ଲକରେ ୫ ଶହ ହେକ୍ଟରରୁ ଅଧିକ ଜମିରେ ଧାନ ନଷ୍ଟ ହୋଇଥିଲା । ପୁଣି ଯଦି ବନ୍ୟା ହୁଏ ତାହାହେଲେ ଧାନ ଥୋଡରେ ପାଣି ପଶି ସମସ୍ତ ଧାନ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି । ଯଦି ବନ୍ୟା ହୁଏ ତାହାହେଲେ ବସ୍ତା ବ୍ଲକର ୭ଟି ପଞ୍ଚାୟତରୁ ୫ ହଜାରରୁ ଅଧିକ ହେକ୍ଟର ଧାନ ଫସଲ ନଷ୍ଟ ହେବା ସହିତ ସଦର ବ୍ଲକର ୨ଟି ପଞ୍ଚାୟତରୁ ୧ ହଜାର ହେକ୍ଟର ଧାନ ଫସଲ ପ୍ରଭାବିତ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ