Masthead

ଲଖିମପୁର ଖେରି ହିଂସାକାଣ୍ଡ; ୬ ଘଣ୍ଟିଆ ରେଳ ରୋକ କଲେ ଚାଷୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):   ଉତ୍ତର ପ୍ରଦେଶର ଲଖିମିପୁର ଖେରିରେ ଘଟିଥିବା ହିଂସାକାଣ୍ଡ ଘଟଣାରେ ନ୍ୟାୟ ପାଇଁ ଆଜି ଦିନ ୧୦ଟାରୁ ଅପରାହ୍ନ ୪ଟା ଯାଏ ଚାଷୀମାନେ ରେଳ ରୋକ କିରଛନ୍ତି । ଏହି ହିଂସାକାଣ୍ଡରେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ର ଟେନିଙ୍କ ଇସ୍ତଫା ଦାବିରେ ଆଜି ଚାଷୀମାନେ ୬ ଘଣ୍ଟିଆ ରେଳ ରୋକ କରିବା ପାଇଁ ନିଷ୍ପତି ନେଇଛନ୍ତି । ବହୁଦିନ ଧରି କୃଷି ଆଇନକୁ ବିରୋଧ କରି ଦୀର୍ଘ ୧୧ ମାସ ହେଲା ଆନ୍ଦୋଳନ କରୁଥିବା ଚାଷୀମାନଙ୍କ ପକ୍ଷରୁ ଏପରି ରେଳ ରୋକ ଡାକରା ଦେଇଛନ୍ତି ।

ତେବେ ଲଖିମପୁର ଖେରିରେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଚାଷୀଙ୍କ ଉପରେ ଗାଡି ଚଢାଇ ଦେଇଥିବା ଅଭିଯୋଗ ହୋଇଥିଲା । ଏଥିରେ ୪ ଜଣ ଚାଷୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ହୋଇଥିଲା । ପରେ ପୋଲିସ ଏହି ଘଟଣାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ଗିରଫ କରିଛି । କିନ୍ତୁ ଚାଷୀମାନେ ଆଶିଷଙ୍କ ଗିରଫ ସହ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ଇସ୍ତଫା ମଧ୍ୟ ଦାବି କରିଛନ୍ତି ।

ସେ କେନ୍ଦ୍ରଗୃହ ରାଷ୍ଟ୍ରମନ୍ତ୍ରୀ ପଦରେ ଥିବା ଯାଏ ଏହି ଘଟଣାର ନିରପେକ୍ଷ ତଦନ୍ତ ହୋଇପାରିବ ନାହିଁ ବୋଲି ମୋର୍ଚ୍ଚା ପକ୍ଷରୁ କୁହାଯାଇଛି । ତେଣୁ ଆଜି ଚାଷୀମାନଙ୍କ ପକ୍ଷରୁ ୬ ଘଣ୍ଟା ପାଇଁ ରେଳ ରୋକ କରାଯାଇଛି । ଶାନ୍ତିପୂର୍ଣ୍ଣ ଭାବେ ରେଳ ରୋକ କରାଯିବ ବୋଲି ଚାଷୀମାନେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼