Masthead

ଲଖିମପୁର ଖେରି ହିଂସାକାଣ୍ଡ; ୬ ଘଣ୍ଟିଆ ରେଳ ରୋକ କଲେ ଚାଷୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):   ଉତ୍ତର ପ୍ରଦେଶର ଲଖିମିପୁର ଖେରିରେ ଘଟିଥିବା ହିଂସାକାଣ୍ଡ ଘଟଣାରେ ନ୍ୟାୟ ପାଇଁ ଆଜି ଦିନ ୧୦ଟାରୁ ଅପରାହ୍ନ ୪ଟା ଯାଏ ଚାଷୀମାନେ ରେଳ ରୋକ କିରଛନ୍ତି । ଏହି ହିଂସାକାଣ୍ଡରେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ର ଟେନିଙ୍କ ଇସ୍ତଫା ଦାବିରେ ଆଜି ଚାଷୀମାନେ ୬ ଘଣ୍ଟିଆ ରେଳ ରୋକ କରିବା ପାଇଁ ନିଷ୍ପତି ନେଇଛନ୍ତି । ବହୁଦିନ ଧରି କୃଷି ଆଇନକୁ ବିରୋଧ କରି ଦୀର୍ଘ ୧୧ ମାସ ହେଲା ଆନ୍ଦୋଳନ କରୁଥିବା ଚାଷୀମାନଙ୍କ ପକ୍ଷରୁ ଏପରି ରେଳ ରୋକ ଡାକରା ଦେଇଛନ୍ତି ।

ତେବେ ଲଖିମପୁର ଖେରିରେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଚାଷୀଙ୍କ ଉପରେ ଗାଡି ଚଢାଇ ଦେଇଥିବା ଅଭିଯୋଗ ହୋଇଥିଲା । ଏଥିରେ ୪ ଜଣ ଚାଷୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ହୋଇଥିଲା । ପରେ ପୋଲିସ ଏହି ଘଟଣାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ଗିରଫ କରିଛି । କିନ୍ତୁ ଚାଷୀମାନେ ଆଶିଷଙ୍କ ଗିରଫ ସହ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ଇସ୍ତଫା ମଧ୍ୟ ଦାବି କରିଛନ୍ତି ।

ସେ କେନ୍ଦ୍ରଗୃହ ରାଷ୍ଟ୍ରମନ୍ତ୍ରୀ ପଦରେ ଥିବା ଯାଏ ଏହି ଘଟଣାର ନିରପେକ୍ଷ ତଦନ୍ତ ହୋଇପାରିବ ନାହିଁ ବୋଲି ମୋର୍ଚ୍ଚା ପକ୍ଷରୁ କୁହାଯାଇଛି । ତେଣୁ ଆଜି ଚାଷୀମାନଙ୍କ ପକ୍ଷରୁ ୬ ଘଣ୍ଟା ପାଇଁ ରେଳ ରୋକ କରାଯାଇଛି । ଶାନ୍ତିପୂର୍ଣ୍ଣ ଭାବେ ରେଳ ରୋକ କରାଯିବ ବୋଲି ଚାଷୀମାନେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା