Masthead

ରାମ ରହିମଙ୍କୁ ଆଜୀବନ ସଜା

ଚଣ୍ଡିଗଡ(ବଡ଼ ଖବର ବ୍ୟୁରୋ) :  ଧର୍ମଗୁରୁ ଗୁରୁମିତ ରାମ ରହିମଙ୍କୁ ପୁଣି ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରାଯାଇଛି । ଡେରା ମ୍ୟାନଜେର ରଣଜିତ ସିଂହ ତହ୍ୟା ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସିବିଆଇ ସ୍ପେଶାଲ କୋର୍ଟ । ରାମ ରହିମଙ୍କ ବ୍ୟତିତ ତାଙ୍କ ଅନ୍ୟ ୪ଜଣ ସହଯୋଗୀଙ୍କୁ ମଧ୍ୟ ସମାନ ଦଣ୍ଡିତ କରିଛନ୍ତି କୋର୍ଟ । ଖାଲି ଏତିକି ନୁହେଁ ତାଙ୍କୁ ଜରିମାନା ବାବଦକୁ ୩୧ ଲକ୍ଷ ଟଙ୍କା ଦେବାକୁ ପଡିବ । ରହିମଙ୍କ ସହଯୋଗୀଙ୍କୁ ୫୦ ହଜାର ଟଙ୍କା ଦେବାକୁ ପଡିବ ।

ତେବେ ୨୦୦୨ ପୂର୍ବତନ ଡେରା ପ୍ରବନ୍ଧକ ରଞ୍ଜିତ ସିଂହଙ୍କ ହତ୍ୟା ମାମଲାରେ ଅକ୍ଟୋବର ୮ରେ କୋର୍ଟ ଅଭିଯୁକ୍ତମାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ଆଉ ଆଜି ଦୀର୍ଘ ୧୯ ବର୍ଷ ପରେ ଏହି ମାଲଲାରେ ଆଜି କୋର୍ଟ ନିଜର ରାୟ ଶୁଣାଇଛନ୍ତି । ୨୦୦୨ରେ ଘଟିଥିବା ଘଟଣାରେ ଅକ୍ଟୋବର ୮ରେ ଗୁରମିତଙ୍କ ସମେତ ୫ ଜଣଙ୍କୁ ଆଇପିସି ଧାରା ୩୨୦,୧୨୦ବି ଅନୁଯାୟୀ ଦୋଷୀ ସାବ୍ୟସ୍ତ କରାଯାଇଥିଲା ।

ସୂଚନା ଅନୁସାରେ ରାମ ରହିମ ଏବେ ରୋହତକ ଜିଲ୍ଲାର ସୁନାରିଆ ଜେଲରେ ଅଛନ୍ତି । ୨୦୧୭ ଅଗଷ୍ଟ ୨୫ରେ ପଞ୍ଜକୁଲାର ଏକ ସ୍ୱତନ୍ତ୍ର ସିବିଆଇ କୋର୍ଟ ତାଙ୍କୁ ବଳାତ୍କାର ମାମଲାରେ ଦୋଷୀ ସବ୍ୟସ୍ତ କରିଥିଲା । ଏହା ସହ ତାଙ୍କୁ ୨୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ । ୨୦୧୯ ଜାନୁଆରୀ ୭ରେ ତାଙ୍କୁ ସିବିଆଇ କୋର୍ଟ ସିରସା ଭିତ୍ତିକ ସାମ୍ବାଦିକ ରାମ ଚନ୍ଦ୍ର ଛତ୍ରପତିଙ୍କ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି