Masthead

ବିପଦ ସଙ୍କେତ ଉପରେ ଜଳକା

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର । ବସ୍ତା ବ୍ଲକ ଅନ୍ତର୍ଗତ ମଥାନୀ ଠାରେ ବିପଦ ସଙ୍କେତ ୫.୫୦ ଥିବା ବେଳେ ଜଳସ୍ତର ବୃଦ୍ଧି ପାଇ ସକାଳା ୬ ଟା ସୁଦ୍ଧା ୬. ୩୦ ମିଟର ରେ ପ୍ରବାହିତ ହେଉଛି । ଲଘୁଚାପ ଜନିତ ନଦୀର ଉପରମୁଣ୍ତ ରେ ଲଗାଣ ବର୍ଷା ଯୋଗୁ କ୍ରମଶଃ ବଢୁଛି ନଦୀ ର ଜଳସ୍ତର । ତଳିଆ ଅଞ୍ଚଳରେ ପ୍ରବେଶ କରିଛି ଜଳକା ନଦୀ ର ପାଣି । ବସ୍ତା ବ୍ଲକର ୧୨ ଟି ପଞ୍ଚାୟତ ଏବଂ ସଦର ବ୍ଲକ ର ୨ ଟି ପଞ୍ଚାୟତ ପ୍ରଭାବିତ ହେବା ଆଶଙ୍କା ରହିଛି ।

ଗତ ବନ୍ୟାରେ ବସ୍ତା ବ୍ଲକରେ ୫ ଶହ ହେକ୍ଟରରୁ ଅଧିକ ଜମିରେ ଧାନ ନଷ୍ଟ ହୋଇଥିଲା । ପୁଣି ଯଦି ବନ୍ୟା ହୁଏ ତାହାହେଲେ ଧାନ ଥୋଡରେ ପାଣି ପଶି ସମସ୍ତ ଧାନ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି । ଯଦି ବନ୍ୟା ହୁଏ ତାହାହେଲେ ବସ୍ତା ବ୍ଲକର ୭ଟି ପଞ୍ଚାୟତରୁ ୫ ହଜାରରୁ ଅଧିକ ହେକ୍ଟର ଧାନ ଫସଲ ନଷ୍ଟ ହେବା ସହିତ ସଦର ବ୍ଲକର ୨ଟି ପଞ୍ଚାୟତରୁ ୧ ହଜାର ହେକ୍ଟର ଧାନ ଫସଲ ପ୍ରଭାବିତ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ