Masthead

କଶ୍ମୀରରେ ସାଧାରଣ ଲୋକଙ୍କ ହତ୍ୟା ଘଟଣାର ତଦନ୍ତ କରିବ ଏନଆଇଏ

ଶ୍ରୀନଗର(ବଡ଼ ଖବର ବ୍ୟୁରୋ): ଆତଙ୍କୀଙ୍କ କବଜାରେ ଏବେ ପୁରା ଜମ୍ମୁ-କଶ୍ମୀର। ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ସାଧାରଣ ଲୋକଙ୍କୁ ହତ୍ୟା କରୁଥିବା ବେଳେ ଏହାର ଛାନଭିନ ଦାୟିତ୍ୱ ଜାତୀୟ ତଦନ୍ତକାରୀ ସଂସ୍ଥାକୁ ମିଳିଛି । ତେବେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାୟ ୧୧ ଜଣ ସାଧାରଣ ଲୋକ ପ୍ରାଣ ହରାଇଛନ୍ତି । କଶ୍ମୀରରେ ରହୁଥିବାରୁ ବାହାର ରାଜ୍ୟର ଲୋକ ମଧ୍ୟ ଆତଙ୍କୀଙ୍କ ଗୁଳିର ଶିକାର ହୋଇଛନ୍ତି ।

ଏହା ପରେ ଏକ ବଡଧରଣର ଷଡଯନ୍ତ୍ର ଥିବା ଆଶଙ୍କା କରାଯାଉଛି । ଏ ନେଇ ସ୍ୱରାଷ୍ଟ୍ର ମନ୍ତ୍ରାଳୟ ଏନଆଇଏକୁ ତଦନ୍ତ ଭାର ଦେଇଥିବା ଜଣାପଡିଛି । ତେବେ ଏନଆଇଏ ପ୍ରାଥମିକ ପର୍ଯ୍ୟାୟରେ ଶ୍ରୀନଗର ଠାରେ ଆତଙ୍କବାଦ ହମଲାର ଯାଞ୍ଜ କରିବ । ଶ୍ରୀନଗରରେ ଆତଙ୍କୀମାନେ କଶ୍ମୀର ପଣ୍ଡିତ ମଖନ ଲାଲ ବିନ୍ଦ୍ରୋ ଓ ବିହାରର ଷ୍ଟ୍ରିଟ ଭେଣ୍ଡର ବୀରେନ୍ଦ୍ର ପାଶ୍ୱାନଙ୍କୁ ହତ୍ୟା କରିଥିଲେ । ଆତଙ୍କବାଦୀମାନେ ମଖନ ଲାଲଙ୍କୁ ଓୈଷଧ ଦୋକାନରେ ଗୁଳି କରି ହତ୍ୟା କରିଥିଲେ । ଏହାର କିଛି ସମୟ ପରେ ବାନ୍ଦିପୋର ଠାରେ ଆତଙ୍କୀମାନେ ଟ୍ୟାକ୍ସ ଚାଳକ ମହମ୍ମଦ ଶରିଫ ଲୋନଙ୍କୁ ହତ୍ୟା କରିଥିଲେ । ଏହି ଘଟଣାରେ ଏବେ ଏନଆଇଏ ଡିଜି ଓ ଜମ୍ମୁ କଶ୍ମୀର ପୋଲିସ ଡିଜିଙ୍କ ମଧ୍ୟରେ ଶ୍ରୀନଗରରେ ବୈଠକ ହେବ । ଏହା ପରେ ଘଟଣାର ତଦନ୍ତ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି