Masthead

ମାଟିତଳେ ମମିତାଙ୍କ ମୃତଦେହ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ୧୨ ଦିନ ହେବ ନିଖୋଜ ଅଛନ୍ତି ମମିତା ମେହେର । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଖେଳପଡିଆରେ ଚାଲିଥିଲା ଖୋଳା କାମ । ମାଟି ତଳୁ ମିଳିଛି ଦରପୋଡା ମୃତଦେହ । ମୃତଦେହ କାହାର ସେନେଇ ଚାଲିଛି ତଦନ୍ତ । ଘଟଣାସ୍ଥଳରେ ମମିତାଙ୍କ ପରିବାର ଲୋକେ ଉପସ୍ଥିତ । ଶବ ଚିହ୍ନ କରିବା ପ୍ରକ୍ରିୟା ଜାରି ରହିଛି । ଏହାସହ ଶବର ଡିଏନ୍ଏ ଟେଷ୍ଟ ହେବା ନେଇ ସୂଚନା ଦିଆଯାଇଛି । ସ୍କୁଲ ପରିସରରେ ମାଜିଷ୍ଟ୍ରେଟଙ୍କ ସହ ୨ ପ୍ଲାଟୁନ ପୋଲିସ ଫୋର୍ସ ମୃତୟନ ଅଛନ୍ତି ।

ଅଞ୍ଚଳରେ ୧୪୪ ଧାରା ଲାଗୁ କରାଯାଇଛି । କଳାହାଣ୍ଡି ଘରୋଇ ସ୍କୁଲ ମମିତା ମେହେର ନିଖୋଜ ମାମଲା ଅଧିକ ଅଧିକ ରହସ୍ୟମୟ ହେବାରେ ଲାଗିଛି । ଅନ୍ୟପଟେ କଲେଜ ପ୍ରିନ୍ସପାଲଙ୍କୁ ପଚରାଉଚୁରା କରିଛି ପୋଲିସ । ମାଲିକ ଗୋବିନ୍ଦ ସାହୁ ଫେରାର ଥିବା ବେଳେ ଛାନଭିନ ଜାରି ରଖିଛନ୍ତି କଳାହାଣ୍ଡି ଓ ବଲାଙ୍ଗୀର ପୁଲିସ । ସେପଟେ, ଗୋବିନ୍ଦଙ୍କ ବିରୋଧରେ ପୁଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା । ଆଇପିସି ୩୬୬ ଧାରାରେ ରୁଜୁ ହୋଇଥିଲା ମାମଲା ।

ଏଥିରେ ୧୦ ବର୍ଷର ଜେଲ ଦଣ୍ଡାଦେଶ ଥିବାରୁ ଥାନାରୁ ନୋଟିସ୍ ଦେଇ ଛାଡିପାରିବ ନାହିଁ ପୁଲିସ । ତେଣୁ କେଉଁ କାରଣରୁ ୧୪ ତାରିଖଠାରୁ ରବିବାର ରାତି ପର୍ୟ୍ୟନ୍ତ ଗୋବିନ୍ଦ ସାହୁଙ୍କୁ ଅଟକ ରଖିଥିଲା ପୋଲିସ? ତାଙ୍କୁ କାହିଁକି କୋର୍ଟ ଚାଲାଣ କରି ରିମାଣ୍ଡରେ ଆଣିନଥିଲା ପୁଲିସ ? ରାତିରେ ବାରାକ୍ରେ ଏତେ ପୋଲିସ କର୍ମଚାରୀ ଥାଇ କେମିତି ଚକମା ଦେଇ ଫେରାର ମାରିଲା ମୁଖ୍ୟ ଅଭିଯୁକ୍ତ ? ଏହି ସମ୍ବେଦନଶୀଳ ଘଟଣାକୁ ନେଇ ଏବେ ଏଭଳି ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏପଟେ ଗୋବିନ୍ଦଙ୍କ ସହ ମନ୍ତ୍ରୀଙ୍କ ଘନିଷ୍ଠତାକୁ ନେଇ ବିରୋଧୀ ଅଭିଯୋଗ ଉଠାଉଛନ୍ତି । ତେଣୁ କାହା ଇଶାରାରେ ପୋଲିସ ତାଙ୍କୁ କୋର୍ଟ ଚାଲାଣ କରିନଥିଲା, ତାକୁ ନେଇ ମଧ୍ୟ ପ୍ରଶ୍ନ ଉଠୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴  ଲଗାଣ ବର୍ଷାରେ ଦବିଲା ରେଳ ଲାଇନ୍ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ 🔴 କାଣି ନଦୀରେ ଧସିଲା ବନ୍ଧ 🔴 ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର  🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴  ଲଗାଣ ବର୍ଷାରେ ଦବିଲା ରେଳ ଲାଇନ୍ 🔴 ସରିଲା DGP ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ 🔴 କାଣି ନଦୀରେ ଧସିଲା ବନ୍ଧ 🔴 ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର  🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ