ଗୋବିନ୍ଦଙ୍କୁ ଧରାଇଦେଲେ ଏକ ଲକ୍ଷ ଟଙ୍କା

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ମମିତା ମେହେର ନିଖୋଜ ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ମୋଷ୍ଟ ୱାଣ୍ଟେଡ ଦର୍ଶାଇ ଏକ ଲକ୍ଷ ଟଙ୍କାର ପୁରଷ୍କାର ରାଶି ଘୋଷଣା। ବଲାଙ୍ଗିର ପୁଲିସ ପକ୍ଷରୁ ଏ ଘୋଷଣା କରାଯାଇଛି। ଗୋବିନ୍ଦଙ୍କ ମୋଷ୍ଟ ଓ୍ୱାଣ୍ଟେଡ୍ ଦର୍ଶାଇ ବିଭିନ୍ନ ସ୍ଥାନରେ ଗୋବିନ୍ଦଙ୍କ ପୋଷ୍ଟର ମାରିଛି ପୁଲିସ।  ହାତ ଧୋଇଯିବାକୁ କହି ଗୋବିନ୍ଦ ଟିଟିଲାଗଡ଼ ପୋଲିସ ହେପାଜତରୁ ଖସି ପଳାଇଥିଲା।

କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନ୍‌ସାଇନ ପବ୍ଲିକ୍ ସ୍କୁଲର ଶିକ୍ଷୟିତ୍ରୀ ମମିତା ମେହେର୧୧ ଦିନ ହେବ ନିଖୋଜ ଥିବା ବେଳେ ଏହି ଘଟଣାର ତଦନ୍ତ କରିବାକୁ ଯାଇ ମହାଲିଙ୍ଗ ହାଇସ୍କୁଲ ଷ୍ଟାଡିୟମ୍‌ରେ ଆଜି ସକାଳେ ଜେସିବି ସାହାଯ୍ୟରେ ଖୋଳାଖୋଳି ଆରମ୍ଭ ହୋଇଥିଲା। ଘଟଣାର ମାତ୍ର ୩ ଘଣ୍ଟା ପରେ ଜେସିବି ଖୋଳୁ ଖୋଳୁ ମାତ୍ର ୮-୧୦ ଫୁଟ ତଳୁ ଏକ ପୋଡ଼ି ଯାଇଥିବା ମୃତଦେହ ଉଦ୍ଧାର ହୋଇଛି। ମୃତଦେହଟି ନଷ୍ଟ ହୋଇଯାଇଥିବା ବେଳେ ଏହା କାହାର ତାହା ସ୍ପଷ୍ଟ ହୋଇପାରି ନାହିଁ। ପାରିପାର୍ଶ୍ୱିକ ସ୍ଥିତିରୁ ଏହା ମମିତାଙ୍କ ମୃତଦେହ ବୋଲି ଅନୁମାନ କରାଯାଉଛି। ଅନ୍ୟପଟେ ପରିବାର ଲୋକଙ୍କୁ ମୃତଦେହ ଦେଖାଯାଇ ନ ଥିବା ପରି ସଙ୍ଗିନ ଅଭିଯୋଗ ଆଣିଛନ୍ତି ମମିତାଙ୍କ ପରିବାର ଲୋକେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ