Masthead

ଆଜି ଶ୍ରୀମନ୍ଦିରରେ କୁମାର ପୂର୍ଣ୍ଣିମା, ଜୁଆ ଖେଳରେ ହାରି ବନ୍ଧା ପଡ଼ିବେ ମହାପ୍ରଭୁ

ପୁରୀ(ବଡ଼ ଖବର ବ୍ୟୁରୋ) : ଆଜି ଶ୍ରୀମନ୍ଦିରରେ କୁମାର ପୂର୍ଣ୍ଣିମା ଉପଲକ୍ଷେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଶ୍ରୀକ୍ଷେତ୍ରରେ ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଆଜି ପରମ୍ପରା ଅନୁଯାୟୀ ମହାଲକ୍ଷ୍ମୀ ଓ ପ୍ରଭୁ ନାରାୟଣଙ୍କ ଭିତରେ ଦ୍ୟୁତ କ୍ରୀଡା ତଥା ଜୁଆ ଖେଳିବେ ଜୁଆ ଖେଳରେ ହାରି ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀ ମାଧବ ସାତଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ ମନ୍ଦିରରେ ବନ୍ଧା ରହିବେ । ସନ୍ଧ୍ୟା ଧୂପ ପରେ ଭିତରଚ୍ଛ ମହାପାତ୍ର, ମୁଦିରସ୍ଥ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ଲକ୍ଷ୍ମୀଙ୍କ ପ୍ରତିନିଧି ରୂପେ କଉଡ଼ି ଖେଳିବେ ।

ମହାପ୍ରଭୁ ଏହି ଦ୍ୟୁତ କ୍ରୀଡାରେ ହାରି ଯାଆନ୍ତି । ଶେଷରେ ମହାପ୍ରଭୁ ଲକ୍ଷ୍ମୀଙ୍କ ନିକଟରେ ବନ୍ଧା ପଡିବେ । ଖେଳରେ ହାରିବା ପରେ ଆଜି ଠାରୁ 7 ଦିନ ଯାଏଁ ମହାପ୍ରଭୁ ରତ୍ନ ସିଂହାସନ ଛାଡି ଲକ୍ଷ୍ମୀଙ୍କ ଜଗ ମୋହନରେ ରହିବେ । ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀମାଧବ ବନ୍ଧା ପଡନ୍ତି । ଅଷ୍ଟମୀ ତିଥିରେ ଅବକାଶ ପୂଜା ପରେ ମହାପ୍ରଭୁ ରତ୍ନ ସିଂହାସନରେ ପୁନର୍ବାର ବିଜେ କରିବେ । ତେବେ ଏହି ନୀତି ମାଧ୍ୟମରେ ମହାପ୍ରଭୁ ସମସ୍ତଙ୍କୁ ସଚେତନ କରେଇଥାନ୍ତି । ଯେତେ ପ୍ରଭାବଶାଳୀ ଲୋକ କେହି ହୁଅନ୍ତୁ ନା କାହିଁ ଜୁଆ ଖେଳ ଖେଳିଲେ ନିଜର ଅଧପତନ ହୋଇଥାଏ ବୋଲି ଜଣାଯାଏ ।

ସେପଟେ ଆସନ୍ତାକାଲି ଠାରୁ କାର୍ତ୍ତିକ ବ୍ରତ ଆରମ୍ଭ ହେଉଥିବା ବେଳେ ହବିଷ୍ୟାଳୀ ମାନେ କାର୍ତ୍ତିକ ବ୍ରତ ପାଳନ କରିବେ । ଭକ୍ତଙ୍କ  ଭିଡକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ସହ ସୁରୁଖୁରୁରେ ମହାପ୍ରସାଦ ପାଇ ପାରିବାର ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା