Masthead

ଦୀପାବଳି ପୂର୍ବରୁ କମିପାରେ ତୈଳ ଦର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ଚିନ୍ତା ବଢାଉଛି ପେଟ୍ରୋଲ ଓ ଡିଜେଲ ଦର । କ୍ରମାଗତ ଭାବେ ବଢୁଛି ପେଟ୍ରୋଲ ଓ ଡିଜେଲ ଦର । କିନ୍ତୁ ଏବେକାର ସୂଚନା ଅନୁଯାୟୀ ଦୀପାବଳି ପୂବରୁ ତୈଳ ଦର କିଛି ପରିମାଣରେ ହ୍ରାସ ପାଇପାରେ । ସୂଚନା ଅନୁସାରେ, ଉଭୟ ପେଟ୍ରୋଲ ଓ ଡିଜେଲ ଉପ୍ତାଦ ଟ୍ୟାକ୍ସରେ ସରକାର ଲିଟର ପିଛା ୨ରୁ ୩ଟଙ୍କା ହ୍ରାସ କରିପାରନ୍ତି ।ତେବେ ଦିପାବଳୀ ପୂର୍ବରୁ ଏ ନେଇ ଘୋଷଣା କରାଯାଇପାରେ ।

ଡିଜେଲ ଓ ପେଟ୍ରୋଲରେ ଉତ୍ପାଦ ଶୁଳ୍କ ହ୍ରାସ କରିବା ପାଇଁ ସରକାରଙ୍କ ପାଖରେ ଅନେକ ବାଟ ରହିଛି । ଆଇସିଆଇସିଆଇ ସିକ୍ୟୁରିଟିଜ୍ ରିପୋର୍ଟ ଅନୁଯାୟୀ ପେଟ୍ରୋଲ ଓ ଡିଜେଲରେ ଉତ୍ପାଦ ଶୁଳ୍କ ଲିଟର ପିଛା ୮ ଟଙ୍କା ୫୦ ପଇସା ପର୍ଯ୍ୟନ୍ତ ହ୍ରାସ କରାଯାଇପାରିବ । ଏହା ଦ୍ୱାରା ସରକାରଙ୍କ ଏହି ବର୍ଷର ରାଜସ୍ୱ ଟାର୍ଗେଟ ଉପରେ କୋଣସି ପ୍ରଭାବ ପଡିବା ନାହିଁ । ତେବେ ଗତ ଜାନିଆରୀ ୧ ତାରିଖରୁ ଏପର୍ଯ୍ୟନ୍ତ ପେଟ୍ରୋଲ ଦର ଲିଟର ପିଛା ୩୦ ଟଙ୍କା ବୃଦ୍ଧି ପାଇଥିବା ବେଳେ ଡିଜେଲ ଲିଟର ପିଛା ୨୬ ଟଙ୍କା ବଢି ସାରିଛି ।

ସେହିପରି ଆଜି ପେଟ୍ରେଲ ଦର ଲିଟର ପିଛା ୩୫ ପଇସା ବଢିଛି । ଦିଲ୍ଲୀରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୬ ଟଙ୍କା ରହିଥିବା ବେଳେ ଜିଜେଲ ଦର ୯୪ ଟଙ୍କା ରହିଛି । ମୁମ୍ବାଇରେ ପେଟ୍ରୋଲ ଦର ୧୧୨ ଟଙ୍କା ରହିଥିବା ବେଳେ ଡିଜେଲ ୧୦୨ ଟଙ୍କା ରହିଛି । ସେହିପରି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୭ ଟଙ୍କା ରହିଛି । ଆଉ ଡିଜେଲ ଦର ୧୦୩ ଟଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି