Masthead

କଂଗ୍ରେସକୁ କଟାକ୍ଷ କଲେ ମମତା

କୋଲକାତା(ବଡ଼ ଖବର ବ୍ୟୁରୋ): ତୃଣମୂଳ କଂଗ୍ରେସ ଓ ଜାତୀୟ କଂଗ୍ରେସ ସବୁବେଳେ ନିଜର ଏକତା ବଜାଇ ରଖିଥାନ୍ତି । ହେଲେ ଏଇ କିଛି ଦିନ ହେବ ଉଭୟ ଦୂରେଇବାରେ ଲାଗିଛନ୍ତି । ଏହା ମଧ୍ୟରେ ଉତ୍ତରପ୍ରଦେଶରେ ହେବାକୁ ଥିବା ବିିଧାନସଭା ନିର୍ବାଚନରେ ୪୦ ପ୍ରତିଶତ ମହିଳା ପ୍ରାର୍ଥୀ ଦେବା ପାଇଁ କଂଗ୍ରେସ ଦଳ ଘୋଷଣା କରିଛି । ହେଲେ କଂଗ୍ରେସର ଏଭଳି ନିଷ୍ପତ୍ତିକୁ ତୃଣମୂଳ କଂଗ୍ରେସ କଟାକ୍ଷ କରୁଥିବାର ଦେଖିବାକୁ ମିଳିଛି । ତେବେ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ ଦେଶର ରାଜନୀତିରେ ମହିଳାଙ୍କ ଅଂଶଗ୍ରହଣକୁ ଅଧିକ ପ୍ରାଥମିକତା ଦେଇଛି । ଟିଏମସି ପ୍ରଥମ ଦଳ ଯିଏକି ଲୋକସଭା ନିର୍ବାଚନରେ ମହିଳାମାନଙ୍କୁ ୪୦ ପ୍ରତିଶତ ଆସନ ଦେଇଥିଲା । କିନ୍ତୁ ବର୍ତ୍ତମାନ ଆମର ନୀତିକୁ କଂଗ୍ରେସ ଅନୁସରଣ କରୁଛି ।

ଆମେ ଆଶା କରୁଛୁ ଯେ ଏହା କେବଳ କଥାରେ ନୁହେଁ ବରଂ ବାସ୍ତବରେ କଂଗ୍ରେସ କରିବ । ଯଦି ସେମାନେ ଏହାକୁ ଗମ୍ଭୀରତାର ସହ ନିଅନ୍ତି ତାହାଲେ ସେମାନେ ଉତ୍ତରପ୍ରଦେଶ ବ୍ୟତୀତ ଅନ୍ୟ ରାଜ୍ୟରେ ମହିଳାମାନଙ୍କୁ ୪୦ ପ୍ରତିଶତ ସିଟ ଦେବା ଉଚିତ ବୋଲି ଟିଏମସି ପକ୍ଷରୁ କୁହାଯାଇଛି । ଅନ୍ୟପଟେ କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମହିଳାମାନଙ୍କୁ ୪୦ ପ୍ରତିଶତ ଟିକେଟ ଦେବେ ବୋଲି ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ