Masthead

ବିରୋଧ କରିବାର ଅଧିକାର ଅଛି ହେଲେ ଅନିର୍ଦ୍ଦିଷ୍ଟ କାଳ ରାସ୍ତା ବନ୍ଦ ପାଇଁ ନୁହେଁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନୂତନ କୃଷି ବିଲକୁ ଦୀର୍ଘ ଦିନ ଧରି ଚାଷୀମାନେ ବିରୋଧ କରି ଆସୁଛନ୍ତି । ହେଲେ କେନ୍ଦ୍ର ସରକାର ଓ ଚାଷୀଙ୍କ ମଧ୍ୟରେ କୌଣସି ନିଷ୍କର୍ସ ବାହାରି ପାରୁ ନାହିଁ । ଯାହାଫଳରେ ଚାଷୀମାନେ ଅନେକ ଦିନ ଧରି ରାଜରାସ୍ତାରେ ନିଜର ବିରୋଧ ପ୍ରଦର୍ଶନ କରିଆସୁଛନ୍ତି । ଏହା ମଧ୍ୟରେ ଚାଷୀମାନଙ୍କ ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟ ବଡ଼ ବୟାନ ଦେଇଛନ୍ତି । ତେବେ କୃଷକମାନଙ୍କର ବିରୋଧ କରିବାର ଅଧିକାର ଅଛି କିନ୍ତୁ ଅନିଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାସ୍ତା ଅବରୋଧ କରିବାର କୌଣସି ଅଧିକାର ନାହିଁ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି ।

ଏ ଖବର ସାମ୍ନାକୁ ଆସିବା ପରେ ଏହା ସାରା ଦେଶେ ଚର୍ଚ୍ଚାର ବିଷୟ ପାଲଟିଛି । ସେପଟେ ଏକଥାକୁ ସହଜରେ ହଜମ କରିପାରି ନାହାଁନ୍ତି ଚାଷୀ ସଙ୍ଗଠନ । କୃଷକମାନେ ରାସ୍ତାରେ ବିରୋଧ କରୁନାହାଁନ୍ତି ବରଂ ପୁଲିସ ରାସ୍ତା ଅବରୋଧ କରିଛି ବୋଲି ୟୁନାଇଟେଡ କିସାନ ମୋର୍ଚ୍ଚା କହିଛନ୍ତି । କେବଳ ଏତିକି ନୁହେଁ ବରଂ ବିରୋଧୀ ଚାଷୀଙ୍କୁ ରାସ୍ତାରୁ ହଟାଇବାକୁ ନିବେଦନ ଉପରେ ସୁପ୍ରିମକୋର୍ଟ ୟୁନାଇଟେଡ କିସାନ ମୋର୍ଚ୍ଚା ଏବଂ ଅନ୍ୟ କୃଷକ ସଙ୍ଗଠନମାନଙ୍କୁ ଚାରି ସପ୍ତାହ ମଧ୍ୟରେ ନିଜର ଜାବବ ଦେବାକୁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?